31.7 C
Bhubaneswar
Tuesday, May 13, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ପରିବାରର ଯେଉଁ ସନ୍ତାନଟି ଅବହେଳାରେ ବଡ ହୁଏ ପରବର୍ତ୍ତୀ ସମୟରେ ସେହି ସନ୍ତାନଟି ବାପା ମାଆଙ୍କର ଆଶାର ଆଲୋକ ହୋଇ ଛିଡାହୁଏ ।
ମଣିଷ ସଫଳ ସେତେବେଳେ ହୋଇଥାଏ
ଯେତେବେଳେ ସେ ଦୁନିଆକୁ ନୁହେଁ,
ନିଜକୁ ବଦଳାଇବା ଆରମ୍ଭ କରି ଦେଇଥାଏ।

ଆପଣଙ୍କୁ କିଏ କଣ କହୁଛି ତାକୁ ଭାବି କେବେ*
ବିଚଳିତ ହୁଅନ୍ତୁ ନାହିଁ, କାରଣ ହୀରାକୁ କାଚ କହିଦେଲେ ହୀରା କେବେ କାଚ ହୋଇଯାଏ ନାହିଁ ।

ଏ ଦୁନିଆର ସବୁଠୁ ଗରମ ଜିନିଷ ହେଉଛି ଟଙ୍କା, ଯାହା ପ୍ରଥମେ ଗୋଟେ ଭଲ ସମ୍ପର୍କକୁ ଜାଳିଦିଏ ଜୀବନଟା ବହୁତ ସୁନ୍ଦର*_
ଗୋଟେ ଦିନ
ଗୋଟେ ଘଣ୍ଟା
ଗୋଟେ Minute
ଗୋଟେ Second
ଏ Time, Life ରେ ଆଉ ଫେରି ଆସିବ ନାହିଁ, ତେଣୁ ରାଗ, ରୁଷା, ଅଭିମାନକୁ ତ୍ଯାଗ କରି Life ର ଆନନ୍ଦ ଉଠାନ୍ତୁ ।

ଅଦ୍ୟ ଅପ୍ରେଲ ମାସ ୧୮ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ବୈଶାଖ ମାସ- କୃଷ୍ଣପକ୍ଷ
ତିଥି- ପଞ୍ଚମୀ ଦିବା ଘ୦୫/୨୦ ଗତେ ଷଷ୍ଠୀ
ନକ୍ଷତ୍ର- ଜ୍ୟେଷ୍ଠା ଦିବା ଘ୦୯/୧୨ ଗତେ ମୂଳା
ଚନ୍ଦ୍ର – ବିଛା ଦିବା ଘ୦୯/୧୨ ଗତେ ଧନୁ
ଯୋଗ- ପରିଘ
କରଣ – ତୈତିଳ
ସୌରମାସ- ମେଷ ୦୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୧/୦୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୩୯
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୦୫/୨୦ ଗତେ ପଶ୍ଚିମେ
ବିଛା,ଧନୁ ଓ ମୀନ ରାଶିର ଘାତବାର
ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୮/୩୩ ଗତେ ଘ୧୧/୪୪ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଡିବା ଘ୦୬/୦ ୭ମଧ୍ୟେ ଓ ଘ୦୭/୫୪ଗତେ ଘ୦୮/୩୨ମଧ୍ୟେ ଓ ଘ୧୨/୪୨ ଗତେ ଘ୦୨/୧୯ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୫୦ଗତେ ଘ୧୧/୩୩ ମଧ୍ୟେ
* ═✧*══•❁❀❁•═════✧
ଅଦ୍ୟ ବେଲ ଦିବା ଘ ୦୫/୨୦ ଗତେ ନିମ୍ବ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ :
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
✧═════•❁❀❁•═════
ବୃଷ :
ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
✧═════•❁❀❁•═════
ମିଥୁନ :

ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════
କର୍କଟ:
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।*
✧═════•❁❀❁•═════
ସିଂହ :
ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
✧═════•❁❀❁•═════
କନ୍ୟା:
ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।*
✧═════•❁❀❁•═════
ତୁଳା :
ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
✧═════•❁❀❁•═════
ବିଛା :
କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
✧═════•❁❀❁•═════
ଧନୁ :
ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*

✧═════•❁❀❁•═════
ମକର :
ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
✧═════•❁❀❁•═════
କୁମ୍ଭ :
ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
✧═════•❁❀❁•═════
ମୀନ :
କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking