ରୂପ ଠାରୁ ଚରିତ୍ର ବଡ, ପ୍ରେମ ଠାରୁ ତ୍ଯାଗ ବଡ, ଧନ ଠାରୁ ମାନବିକତା ବଡ ହେଲେ ସୁନ୍ଦର ସମ୍ପର୍କ ଠାରୁ ବଡ ଏ ଦୁନିଆରେ କିଛି ବି ନାହିଁ !!*
କଷ୍ଟ ସିଏ ନୁହେଁ ଯାହା ସହି ହୁଏନାହିଁ,*
କଷ୍ଟ ତ ସିଏ ଯାହା କେବେ କାହାକୁ କହି ହୁଏନାହିଁ ।
ଭୁଲ୍ ହିଁ ହେଉଛି ମଣିଷର ପ୍ରକୃତ ଶିକ୍ଷକ, ଆଉ ଯିଏ କୌଣସି କ୍ଷେତ୍ରରେ ଯଦି ଭୁଲ୍ କରିନାହିଁ;ତା’ମାନେ ସେ କେବେ ଚେଷ୍ଟା ହିଁ କରିନାହିଁ ।*
ମନୋବଳ ଦୃଢ ଥିଲେ ବିଫଳତା କେବେ ସ୍ପର୍ଶ କରିପାରେ ନାହିଁ ।*
ସବୁ ଜିନିଷର ମୂଲ୍ୟ Time ଆସିଲେ ଜଣାପଡ଼ିଥାଏ ଏଇ ଯେମିତି Oxygen , ସବୁଦିନ Free ରେ ମିଳିଯାଏ ତ କେହି ତାର Value ବୁଝନ୍ତି ନାହିଁ , ହେଲେ Value ତ ସେତେବେଳେ ବୁଝନ୍ତି ଯେତେବେଳେ Hospital Bed ରେ Oxygen ମହଙ୍ଗା ପଡିଥାଏ !!”
ଅଦ୍ୟ ମଇ ମାସ ୦ ୩ ତାରିଖ ୨୦୨୫ ମସିହା (ଶନିବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ବୈଶାଖ ମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ଦିବା ଘ ୦୭/୫୪ ଗତେ ସପ୍ତମୀ
ନକ୍ଷତ୍ର- ପୁନର୍ବସୁ ଦିବା ଘ୦୧/୧୮ ଗତେ ପୂଷ୍ୟା
ଚନ୍ଦ୍ର – ମିଥୁନ ଦିବା ଘ୦୭/୧୬ ଗତେ କର୍କଟ
ଯୋଗ- ଶୂଳ
କରଣ – ତୈତିଳ
ସୌରମାସ- ମେଷ ୨୦ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୧/୨୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୭/୪୯
*✧═════•❁❀
ଯୋଗିନୀ ପଶ୍ଚିମେ ଦିବା ଘ୦୭/୫୪ ଗତେ ବୟବ୍ୟେ
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ
ମୃତେ ଦ୍ଵି ପାଦ ଓ ଦିବା ଘ୦୭/୫୩ ଗତେ ତ୍ରୀପାଦ ଓ ଦିବା ଘ୦୧/୧୮ ଗତେ ଦ୍ଵୀ ପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୬/୫୦ ମଧ୍ୟେ ଓ ଦିବା ଘ୦୪/୩୩ ଗତେ ଘ୦୬/୦୮ ମଧ୍ୟେ
ବାରବେଳା- ଦିବା ଘ୦୧/୨୩ ଗତେ ଘ୦୩/୦୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୨୦ ଗତେ ଘ୧୨/୩୪ ମଧ୍ୟେ ଓ ରାତ୍ରି ଘ୦୮/୪୦ ଗତେ ଘ୧୦/୫୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି ═✧══•❁❀❁•═════✧
ଅଦ୍ୟ ନିମ୍ବ ଓ ଦିବା ଘ ୦୭/୫୪ ଗତେ ତାଳ ଭକ୍ଷଣ ନିଷେଧ
ଆଜିର ରାଶିଫଳ
ମେଷ
:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*
✧═════•❁❀❁•═════
ବୃଷ
: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।*
✧═════•❁❀❁•═════
ମିଥୁନ
: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।*
✧═════•❁❀❁•═════
କର୍କଟ
ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
✧═════•❁❀❁•═════
ସି˚ହ
: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*
✧═════•❁❀❁•═════
କନ୍ୟା
: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।*
✧═════•❁❀❁•═════
ତୁଳା
: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
✧═════•❁❀❁•═════
ବିଛା
: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
✧═════•❁❀❁•═════
ଧନୁ
: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
✧═════•❁❀❁•═════
ମକର
: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*
✧═════•❁❀❁•═════
କୁମ୍ଭ
ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
✧═════•❁❀❁•═════
ମୀନ
: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।










