31.1 C
Bhubaneswar
Saturday, February 7, 2026
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ରାଗ ଆଉ ଝଡ ଦୁଇଟିଯାକ ଏକା ପ୍ରକାର, ଥମିଗଲା ପରେ ବୁଝାପଡେ କେତେ କ୍ଷତି କରିଛି !
ଶରୀର ସୁନ୍ଦର ଥାଉ କି ନଥାଉ ବ୍ଯବହାର ଯଦି ଭଲ ଥାଏ, ତା’ ହେଲେ ଅସୁନ୍ଦର ମଣିଷଟିଏ ଅତିସୁନ୍ଦର ଲାଗେ ।

ଯିଏ ସତ୍, ନିନ୍ଦା ତାର କୌଣସି ଅନିଷ୍ଟ କରିପାରେ ନାହିଁ ।

ପ୍ରତ୍ୟେକ ପରିବାରରେ ଗୋଟେ ଝିଅ ହେବା ଦରକାର କାହିଁକି ନା ଲୋକମାନେ ଅନ୍ୟ ଝିଅ କୁ ବଦନାମ୍ କରିବା ପୂର୍ବରୁ ନିଜ ଝିଅ ବିଷୟରେ ଭାବିବା ଦରକାର ।

ଝାଳନାଳ ବୁହାଇ, ଧାରକରଜ କରି ବାପା ବଡ ମଣିଷ କରନ୍ତି ପୁଅକୁ ।ପୁଅ ବଡ ହେଇ Facebook ଳେ ଲେଖେ My wife is my Life.
ଜୀବନ ରେ କେବେ କାହାକୁ ଅଧିକ ବିଶ୍ୱାସ କରିବେନି କି କାହା ଉପରେ ଅଧିକ ଭରସା ରଖିବେ ନାହିଁ….
କାରଣ
ଇତିହାସ ସାକ୍ଷୀ ଅଛି ନିଜ ଲୋକ ସବୁବେଳେ ବିଶ୍ୱାସ ରେ ବିଷ ଦେଇ ଖୁସି ହୁଅନ୍ତି
ହୃଦୟରେ କାହା ପାଇଁ ଥରେ ଘରଟେ ହୋଇଗଲେ, ଆଉ ସେ ଘରକୁ ଭାଙ୍ଗିହୁଇନାହିଁ….

କାହିଁକିନା ହୃଦୟର ଘର ମାଟି, ବାଲି, ସିମେଣ୍ଟରେ ନୁହେଁ, ବିଶ୍ୱାସ, ଭରସା ଆଉ ଭଲପାଇବାରେ ଗଢା ହୋଇଥାଏ….

ଅଦ୍ୟ ମଇ ମାସ ୧୫ ତାରିଖ ୨୦୨୫ ମସିହା (ଗୁରୁବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଜ୍ୟେଷ୍ଠ ମାସ- କୃଷ୍ଣପକ୍ଷ
ତିଥି- ତୃତିୟା ରାତ୍ରି ଘ୦୪/୧୨ ଗତେ ଚତୁର୍ଥୀ
ନକ୍ଷତ୍ର- ଜ୍ୟେଷ୍ଠା ଦିବା ଘ୦୨/୫୪ ଗତେ ମୂଳା
ଚନ୍ଦ୍ର- ବିଛା ଦିବା ଘ୦୨/୫୪ ଗତେ ଧନୁ
ଯୋଗ- ଶିବ
କରଣ – ବାଣିଜ୍ୟ
ସୌରମାସ- ବୃଷ ୦୧ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୫/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୧/୩୯
*✧═════•❁❀
ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୦୪/୧୨ ଗତେ ନୈରୁତେ
ତୁଳା ଓ କୁମ୍ଭ ରାଶିର ଘାତବାର
ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୨/୫୬ ଗତେ ଘ୦୬/୧୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ରାତ୍ରି ଘ୦୬/୫୫ ଗତେ ଘ୦୯/୦୯ ମଧ୍ୟେ ଓ ଘ୧୨/୦୪ ଗତେ ଘ୦୨/୧୮ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୦୫ ମଧ୍ୟେ ଓ ଘ୦୯/୧୪ ଗତେ ଘ୧୨/୦୪ମଧ୍ୟେ ═✧══•❁❀❁•═════✧
ଅଦ୍ୟ ପୋଟଳ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════*
ମେଷ
: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।
✧═════•❁❀❁•═════
ବୃଷ
: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।
✧═════•❁❀❁•═════
ମିଥୁନ
: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।
✧═════•❁❀❁•═════
କର୍କଟ
ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।
✧═════•❁❀❁•═════
ସିଂହ
କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।
✧═════•❁❀❁•═════*
କନ୍ୟା
: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।✧═════•❁❀❁•═════
ତୁଳା
: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।
✧═════•❁❀❁•═════
ବିଛା
: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।
✧═════•❁❀❁•═════
ଧନୁ
: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।
✧═════•❁❀❁•═════
ମକର
: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।
✧═════•❁❀❁•═════
କୁମ୍ଭ
: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।
✧═════•❁❀❁•═════
ମୀନ
: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking