21.1 C
Bhubaneswar
Monday, December 8, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

_ଧୈର୍ଯ୍ଯ ହରାଅ ନାହିଁ
ସୃଷ୍ଟି କର୍ତ୍ତା ସବୁ ସମସ୍ୟାର ସମାଧାନ କରିବେ ଏବଂ ଉଚିତ୍ ମାର୍ଗ ଦେଖେଇବେ ।
କୌଣସି କଥାକୁ ନେଇ ହତାସ୍ ହୁଅ ନାହିଁ, ଧୈର୍ଯ୍ଯର ସହିତ ପରିସ୍ଥିତିର ମୁକାବିଲା କରନ୍ତୁ
ସବୁକିଛି ସମୟ ଠିକ୍ କରିଦେବ ।

ମଣିଷର କଥା କହିବାର ଶୈଳୀ ତାର ସଂସ୍କାରକୁ ପ୍ରକାଶ କରିଥାଏ , ନହେଲେ ଚେହେରା ତ କେବଳ ଅଭିନୟ ହିଁ କରିଥାଏ ।*

ଜୀବନରେ ଗୋଟିଏ କଥା ସବୁବେଳେ ମନେରଖନ୍ତୁ ଯେ କାର୍ଯ୍ୟ ଯେତେ ସଂଘର୍ଷମୟ ହେବ ସଫଳତା ସେତେ ରୋମାଞ୍ଚକର ହେବ ।*

ଅଳିଆ କେବଳ Dustbin ରେ ନ ଥାଏ, କିଛି ଲୋକଙ୍କ ମନରେ ବି ଥାଏ ।

ଲୋକେ କୁହନ୍ତି, ଜୀବନରେ ଯେବେ ସୁଖ, ଶାନ୍ତି ଭରିଯାଏ ତାକୁ ହିଁ ଜୀବନ ବୋଲି କୁହାଯାଏ….
କିନ୍ତୁ
ପ୍ରକୃତରେ ଜୀବନ ତ ତାକୁ ହିଁ କୁହାଯାଏ, ଯେବେ ଆପଣଙ୍କ ପାଇଁ ଅନ୍ୟର ଓଠରେ ହସ ଫୁଟିଥାଏ….

ଅଦ୍ୟ ଜୁନ ମାସ ୦୩ ତାରିଖ ୨୦୨୫ ମସିହା (ମଙ୍ଗଳବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଜ୍ୟେଷ୍ଠ ମାସ- ଶୁକ୍ଳପକ୍ଷ
ତିଥି- ଅଷ୍ଟମୀ ରାତ୍ରି ଘ୦୯/୪୩ ଗତେ ନବମୀ
ନକ୍ଷତ୍ର- ପୂର୍ବା ଫା ରାତ୍ରି ଘ୦୧/୨୫ ଗତେ ଉତ୍ତରା ଫା
ଚନ୍ଦ୍ର- ସିଂହ
ଯୋଗ- ହର୍ଷଣ
କରଣ – ଵିଷ୍ଟି
ସୌରମାସ- ବୃଷ ୨୦ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୧୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/୨୦
*✧═════•❁❀
ଯୋଗିନୀ ଐଶାନ୍ୟ ରାତ୍ରି ଘ୦୯/୪୨ ଗତେ ପୂର୍ବେ
ମକର ରାଶିର ଘାତବାର
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମୁତେ ଏକ ପାଦ ଓ ରାତ୍ରି ଘ୦୧/୨୫ ମଧ୍ୟେ ଦ୍ୱୀପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୧/୩୦ଗତେ ଘ୦୩/୦୮ ମଧ୍ୟେ
ବାରବେଳା- ଦିବା ଘ୦୬/୪୭ ଗତେ ଘ୦୮/୨୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୪୬ ମଧ୍ୟେ ଓ ଘ୦୮/୧୧ ଗତେ ଘ୧୧/୩୮ ମଧ୍ୟେ ଓ ଘ୦୩/୩୪ ଗତେ ଘ୦୪/୨୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୩୩ ଗତେ ଘ୦୪/୨୨ ମଧ୍ୟେ ଓ ରାତ୍ରି ଘ୦୮/୩୬ ଗତେ ଘ୧୦/୦୯ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*
✧═════•❁❀❁•═════
ବୃଷ
ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |*
✧═════•❁❀❁•═════
ମିଥୁନ
ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |*
✧═════•❁❀❁•═════
କର୍କଟ
ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।*
✧═════•❁❀❁•═════
ସିଂହ
ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |*
✧═════•❁❀❁•═════
କନ୍ୟା
ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |*
✧═════•❁❀❁•═════
ତୁଳା
ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |*
✧═════•❁❀❁•═════
ବିଛା
ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |*
✧═════•❁❀❁•═════
ଧନୁ
ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |
✧═════•❁❀❁•═════
ମକର
ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।*

✧═════•❁❀❁•═════
କୁମ୍ଭ
ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |*
✧═════•❁❀❁•═════
ମୀନ
ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking