27.1 C
Bhubaneswar
Monday, August 25, 2025
Homeଓଡିଶା" ଆଜିର ନୀତିବାଣୀ "

” ଆଜିର ନୀତିବାଣୀ “

“ସଫଳତାର ମଜା ଓ ଅନୁଭବ ସେ ସମୟରେ ଆସିଥାଏ, ଯେତେବେଳେ ଅନ୍ୟମାନେ ସେହି ବ୍ୟକ୍ତିର ହାରିବାକୁ ଅପେକ୍ଷା କରିଥାନ୍ତି। ଏଣୁ ନିଜ ବିଷୟ ଅଭିମୁଖେ ଯାତ୍ରା କରିବା ଉଚିତ !!*

“ତା ହାତ କେବେ ଛାଡନି ଯାହାର ସମୟ ଖରାପ… ତା ହାତ ଛାଡି ଦିଅ ଯାହାର ଉଦ୍ଦେଶ୍ୟ ଖରାପ… !!

“ଯେଉଁ ବ୍ୟକ୍ତିମାନେ ନିଜ ମନର କଥାକୁ ପ୍ରକାଶ କରିପାରନ୍ତି ନାହିଁ, ପ୍ରକୃତରେ ସେମାନେ ଖୁବ ଉଦାର ହୃଦୟର ହୋଇଥିବା ବେଳେ ଅନ୍ୟର କଷ୍ଟକୁ ମଧ୍ୟ ସହିପାରନ୍ତି ନାହିଁ !!

ଏମିତି କିଛି କଷ୍ଟ ଥାଏ, ଯାହାକୁ ବର୍ଣ୍ଣନା କରିବା ପାଇଁ କୌଣସି ଶବ୍ଦ ନଥାଏ; ନିରବତା ହିଁ ଯଥେଷ୍ଟ ହୋଇଥାଏ !!

“ନିଜ ଅସୁବିଧାକୁ ହେୟ ଜ୍ଞାନ କିମ୍ବା ଅଯଥା ମନେ ନ କରି ବରଂ ସେହି ପରିସ୍ଥିତିକୁ ଲଢ଼ି ଆଗକୁ ବଢିବା ଉଚିତ। ଭବିଷ୍ୟତ ସୁନ୍ଦର ହେବା ନିଜ ଉପରେ ମଧ୍ୟ ନିର୍ଭର କରିଥାଏ !!

“ଯେଉଁ ରାସ୍ତାରେ ଆପଣ ଏକୁଟିଆ ରହିଯାଉଛନ୍ତି, ତେବେ ବୁଝି ନିଅନ୍ତୁ ଆପଣ ସଠିକ ରାସ୍ତାରେ ଚାଲୁଛାନ୍ତି। କାହିଁକିନା ସତ୍ୟତାର ରାସ୍ତାରେ କେହି ସାଥିରେ ନଥାନ୍ତି !!”

“ପକୃତ ସଚ୍ଚୋଟ ଲୋକ କଥା ରେ ନୁହେଁ, କାମରେ କରି ଦେଖେଇଥାନ୍ତି…!!”

କିଛି ଜିତିଲା ପରେ ବି ଯଦି ମନ ଖୁସି ନାହିଁ….

ତ ବୁଝି ନେବେ…

କିଛି ଏମିତି ହାରିଯାଇଛନ୍ତି, ଯାହା ଜିତିବା ଠାରୁ ବି ଅଧିକ ଜରୁରୀ ଥିଲା….

ଅଦ୍ୟ ଜୁଲାଇ ମାସ ୦୨ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଆଷାଢ଼ମାସ- ଶୁକ୍ଳପକ୍ଷ
ତିଥି- ସପ୍ତମୀ ଦିବା ଘ୧୧/୩୦ ଗତେ ଅଷ୍ଟମୀ
ନକ୍ଷତ୍ର-ଉତ୍ତରା ଫା ଦିବା ଘ୧୧/୨୪ ଗତେ ହସ୍ତା
ଚନ୍ଦ୍ର- କନ୍ୟା
ଯୋଗ- ବାରୀୟ।ନ୍
କରଣ – ବାଣିଜ୍ୟ
ସୌରମାସ- ମିଥୁନ ୧୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୫/୫୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୩
*✧═════•❁❀
ଯୋଗିନୀ ବୟବ୍ୟେ ଦିବା ଘ୧୧/୩୦ ଗତେ ଐଶାନ୍ୟେ
ବୃଷ ରାଶିର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ଅଷ୍ଟମୀ ର ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୮/୩୨ ଗତେ ଘ୧୦/୧୦ ମଧ୍ୟେ
ବାରବେଳା- ଦିବା ଘ୧୧/୪୭ ଗତେ ଘ୦୧/୨୫ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୪୮ ଗତେ ଘ୦୮/୩୧ ମଧ୍ୟେ ଓ ଘ୧୦/୧୧ ଗତେ ଘ୧୧/୧୮ ମଧ୍ୟେ ଓ ଘ୦୧/୫୩ ଗତେ ଘ୦୫/୨୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ତାଳ ଦିବା ଘ୧୧/୩୦ ଗତେ ନଡ଼ିଆ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
ମେଷ
: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।*
✧═════•❁❀❁•═════
ବୃଷ
: ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।*
✧═════•❁❀❁•═════
ମିଥୁନ
: ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।*
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।*
✧═════•❁❀❁•═════
ସିଂହ
: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।*
✧═════•❁❀❁•═════
କନ୍ୟା
: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।*

✧═════•❁❀❁•═════
ତୁଳା
: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।*
✧═════•❁❀❁•═════
ବିଛା
: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।*
✧═════•❁❀❁•═════
ଧନୁ
: ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
✧═════•❁❀❁•════
ମକର
: ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
✧═════•❁❀❁•═════
କୁମ୍ଭ
: ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
✧═════•❁❀❁•═════
ମୀନ
: ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking