27.1 C
Bhubaneswar
Sunday, July 13, 2025
Homeଓଡିଶାସୁବିଚାର

ସୁବିଚାର

“ସୌନ୍ଦର୍ଯ୍ୟ ଓ ଉଚ୍ଚମାନ ପ୍ରତି ସମସ୍ତଙ୍କ ଆକର୍ଷଣ ରହିବା ସ୍ୱାଭାବିକ I କୁତ୍ସିତ ଓ ଅଯୋଗ୍ୟ କୁ ସାହାଯ୍ୟ କରିବା ଏକ ବିରଳ ଗୁଣ !!”
“ଅନ୍ୟର ସମସ୍ୟା ସମାଧାନରେ ସାହାଯ୍ୟ କରିବା ପରିବର୍ତ୍ତେ ଅନ୍ୟପାଇଁ ସମସ୍ୟା ହେବା ଅଶୋଭନୀୟ !!”
“ଅନ୍ୟର ବିପତ୍ତିରେ ହସିବା ଅର୍ଥ ନିଜର ବୋକାମି ପ୍ରଦର୍ଶନ କରିବା । ଅନ୍ୟକୁ ଯନ୍ତ୍ରଣା ଦେଇ ଆମେ କଦାପି ସୁଖ ର ଅନୁଭବ କରିପାରିବା ନାହିଁ !!”

ବଞ୍ଚିବାର ଆନନ୍ଦ ସମସ୍ତଙ୍କ ମଧ୍ୟରେ ବାଣ୍ଟିବା ହିଁ ସର୍ବୋତ୍ତମ ସେବା ଏବଂ ସମସ୍ତଙ୍କୁ ସମ୍ମାନ ଦେବାହିଁ ସର୍ବୋତ୍ତମ ଦାନ !!”
ଅଭିମାନ ଯେତେବେଳେ ଅହଂକାର ର ରୁପ ନିଏ, ସେତେବେଳେ ବର୍ଷ ବର୍ଷର ସମ୍ପର୍କ ଭାଙ୍ଗିଯାଏ , ସମ୍ପର୍କ ତାକୁ କୁହାଯାଏ, ଯେଉଁଠାରେ ଶବ୍ଦ କମ୍, ବୁଝିବା ଅଧିକ ଥାଏ, ଯେଉଁଠାରେ ଆଶା କମ୍ ବିଶ୍ଵାସ ଅଧିକ ଥାଏ ।।
ଜୀବନରେ ସଠିକ୍ ରାସ୍ତା ଦେଖାଉଥିବା ସାଙ୍ଗଟିଏ ଯଦି କେହି ଥାଏ….
ତେବେ ସେ ହେଉଛି କେବଳ ନିଜର ଅନୁଭବ

ଅଦ୍ୟ ଜୁଲାଇ ମାସ ୦୪ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଆଷାଢ଼ମାସ- ଶୁକ୍ଳପକ୍ଷ
ତିଥି- ନବମୀ ଦିବା ଘ୦୪/୦୮ ଗତେ ଦଶମୀ
ନକ୍ଷତ୍ର-ଚିତ୍ରା ଦିବା ଘ୦୫/୧୩ ଗତେ ସ୍ଵାତୀ
ଚନ୍ଦ୍ର- ତୁଳା
ଯୋଗ- ଶିବ
କରଣ – କୌଳବ
ସୌରମାସ- ମିଥୁନ ୨୦ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୬/୩୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୫
*✧═════•❁❀
ଯୋଗିନୀ ପୂର୍ବେ ଦିବା ଘ୦୪/୦୮ ଗତେ ଉତ୍ତରେ
ବିଛା,ଧନୁ ଓ ମୀନ ରାଶିର ଘାତବାର
ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୮/୩୩ ଗତେ ଘ୧୧/୫୦ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୧୧/୫୧ଗତେ ଘ୦୧/୪୩ ମଧ୍ୟେ ଓ ରାତ୍ରି ଘ୦୮/୩୮ ଗତେ ଘ୦୧/୦୨ ମଧ୍ୟେ ଓ ଘ୦୩/୨୦ ଗତେ ଘ୦୪/୦୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ପ୍ରାତଃ ଘ୦୬/୦୭ ଗତେ ଘ୦୭/୦୨ ମଧ୍ୟେ ═✧══•❁❀❁•═*════✧
ଅଦ୍ୟ ଲାଉ ଦିବା ଘ୦୪/୦୮ ଗତେ କଳମଶାଗ ଭକ୍ଷଣ ନିଷେଧ
═✧══•❁❀❁•═════✧

ଆଜିର ରାଶିଫଳ
✧═════•❁❀❁•═════
ମେଷ
– ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |*
✧═════•❁❀❁•═════
ବୃଷ
– ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।*
✧═════•❁❀❁•═════
ମିଥୁନ
– ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।*
✧═════•❁❀❁•═════
କର୍କଟ
– ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |
✧═════•❁❀❁•═════
ସିଂହ
– ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |
✧═════•❁❀❁•═════
କନ୍ୟା
– ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
✧═════•❁❀❁•═════
ତୁଳା
– ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।*
✧═════•❁❀❁•═════
ବିଛା
– ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
✧═════•❁❀❁•═════
ଧନୁ
– ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
✧═════•❁❀❁•═════
ମକର
– ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |*
✧═════•❁❀❁•═════✧
କୁମ୍ଭ
– ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦର ସମୟ କାଟିବେ |

═════•❁❀❁•═════
ମୀନ
– ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking