“ମିଛ ଓ ଛଳନା କୁ ଆପଣେଇ ଖେଳ ଖେଳୁଥିବା ଲୋକ ହୁଏତ ସାମୟିକ ଖୁସି ପାଇପାରେ, କିନ୍ତୁ ପରିଶେଷରେ ସେ ସମସ୍ତଙ୍କ ଆଦର ଓ ଶ୍ରଦ୍ଧା ହରାଇ ସମସ୍ତ ଖୁସିକୁ ସବୁଦିନ ପାଇଁ ହରାଇବସେ !!”
“ଆଜି ଯାହାର ମୂଲ୍ୟ ଆପଣଙ୍କ ପାଖରେ ନାହିଁ । ଆସନ୍ତା କାଲି ହୁଏତ ସେ ହିଁ ବେଶି ଆବଶ୍ୟକ ପଡ଼ିପାରେ !!”
“ଯେଉଁ ମଣିଷ ଅନ୍ୟ ପାଇଁ ଚିନ୍ତା କରିଥାଏ ତା’ ହୃଦୟରେ ପରମାତ୍ମା ବାସ କରିଥାନ୍ତି, ଆଉ ଯେଉଁ ମଣିଷ ନିଜ ସ୍ବାର୍ଥ ପାଇଁ ଚିନ୍ତା କରିଥାଏ ସେ କେବଳ ମାୟାର ଦାସ ହୋଇଥାନ୍ତି !!”
“ନଇଁଯିବାର ଅର୍ଥ ଏହା ନୁହେଁ କି ଆପଣ ନିଜର ସମ୍ମାନ ହରାଇଦେଲେ, ଭୂମିରେ ପଡିଥିବା ପ୍ରତ୍ୟେକ ମୂଲ୍ୟବାନ ଜିନିଷ ଉଠାଇବା ପାଇଁ ବି ନଇଁବାକୁ ପଡିଥାଏ !!”
ପରମେଶ୍ଵର ଭଗବାନ ଶିବଙ୍କ ସତ୍ୟ ପରିଚୟ ଭଲ ଭାବରେ ଜଣାନଥିବା କାରଣରୁ ଏହି ପବିତ୍ର ଭାରତଭୂମି ଶ୍ରେଷ୍ଠାଚାରୀ ରୁ ଭ୍ରଷ୍ଟାଚାରୀ ହୋଇଯାଇଛି ll
ଯେଉଁମାନଙ୍କର ସ୍ୱଭାବ ମଧୁର ହୋଇଥାଏ ସେମାନେ ଭୁଲ୍ରେ ମଧ୍ୟ କାହାକୁ ଦୁଃଖ ଦେଇପାରନ୍ତି ନାହିଁ…!!ଶରୀରକୁ ଖାଦ୍ୟ ଦେବା ସହିତ ଆତ୍ମାକୁ ମଧ୍ୟ ଈଶ୍ୱରୀୟ ସ୍ମୃତିର ଖାଦ୍ୟ ଦିଅନ୍ତୁ ll
`ଆତ୍ମା ପାଇଁ ଉପହାର
“କ୍ଷମା କରିବା ଅର୍ଥ ନିଜଦୁଃଖର ବନ୍ଧନରୁ ମୁକ୍ତ କରିବା”
ଯେତେବେଳେ ଆମେ ଅନ୍ୟ କାହାକୁ କ୍ଷମା କରିଥାଉ, ସେତେବେଳେ ଆମ ନିଜ ମନର ବୋଝ ହଲୁକା ହୋଇଯାଏ। ଏହା ମଧ୍ୟ ଆମକୁ ଯନ୍ତ୍ରଣା ଏବଂ ତୀବ୍ର ମାନସିକ ଭାବନାର ବନ୍ଧନରୁ ମୁକ୍ତ କରିଦିଏ। କ୍ଷମା କରିବା ଦ୍ଵାରା କେବଳ ଅନ୍ୟମାନଙ୍କୁ ନୁହେଁ ବରଂ ନିଜ ଆତ୍ମାକୁ ବି ଶାନ୍ତି ଏବଂ ସ୍ୱାଧୀନତାର ଉପହାର ମିଳେ ll
ଅଦ୍ୟ ସେପ୍ଟେମ୍ବର ମାସ ୦୪ ତାରିଖ ୨୦୨୫ ମସିହା (ଗୁରୁବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
ଭାଦ୍ରବ ମାସ- ଶୁକ୍ଳପକ୍ଷ
ତିଥି- ଦ୍ଵାଦଶୀ ରାତ୍ରି ଘ୦୪/୨୪ ଗତେ ତ୍ରୟୋଦଶୀ
ନକ୍ଷତ୍ର- ଉତ୍ତରାଷାଢ଼ା ରାତ୍ରି ଘ୧୨/୩୮ ଗତେ ଶ୍ରବଣ।
ଚନ୍ଦ୍ର- ଧନୁ ଦିବା ଘ୦୬/୧୮ ଗତେ ମକର
ଯୋଗ- ସୌଭାଗ୍ୟ
କରଣ – ବବ
ସୌରମାସ- ସିଂହ ୨୦ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୬/୨୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୬/୨୮
*✧═════•❁❀
ଯୋଗିନୀ ନୈଋତେ ରାତ୍ରି ଘ୦୪/୨୪ ଗତେ ଦକ୍ଷିଣେ
ସିଂହ ରାଶି ର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ଦ୍ଵାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୨/୪୮ ଗତେ ଘ୦୫/୫୨ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ରାତ୍ରି ୧୨/୧୦ ଗତେ ଘ୦୨/୪୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୧୧ ମଧ୍ୟେ ଓ ରାତ୍ରି ଘ୧୦/୨୩ ଗତେ ଘ୧୨/୪୮ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ପୋଇ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ ✧═════•❁❀❁•═════ମେଷ :
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
✧═════•❁❀❁•═════*
ବୃଷ :
ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
✧═════•❁❀❁•═════
ମିଥୁନ :
ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════
କର୍କଟ:
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
✧═════•❁❀❁•═════
ସିଂହ :
ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
✧═════•❁❀❁•═════
କନ୍ୟା:
ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
✧═════•❁❀❁•═════
ତୁଳା :
ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
✧═════•❁❀❁•═════
ବିଛା :
କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
✧═════•❁❀❁•═════
ଧନୁ :
ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
✧═════•❁❀❁•═════
ମକର :
ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
✧═════•❁❀❁•═════*
କୁମ୍ଭ :
ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
✧═════•❁❀❁•═════
ମୀନ :
କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।









