27.1 C
Bhubaneswar
Friday, August 12, 2022
Homeଓଡିଶା. 🎪🛕ଆଜିର ଅନୁଚିନ୍ତା🛕🎪

. 🎪🛕ଆଜିର ଅନୁଚିନ୍ତା🛕🎪

🦋 ଆପଣ ଦୁଷ୍ଟ ଲୋକଙ୍କ ସଂସ୍ପର୍ଶରେ ଆସନ୍ତୁ କି ଦୁଷ୍ଟ ଲୋକ ଆପଣଙ୍କ ସଂସ୍ପର୍ଶରେ ଆସୁ, କ୍ଷତି କେବଳ ଆପଣଙ୍କର ହିଁ ହୋଇଥାଏ।

🦋 ମଣିଷର କଥା ଜ୍ଞାନର ପରିଚୟ ଦିଏ। କାମ ଯୋଗ୍ୟତାର ପରିଚୟ ଦିଏ । ବ୍ୟବହାର ମଣିଷର ବଂଶର ପରିଚୟ ଦେଇଥାଏ l

🦋 ସମ୍ପର୍କ ବଞ୍ଚାଇବାକୁ ହେଲେ କିଛିଟା ସହିବାକୁ ହୁଏ,କିଛି ବଦଳିବାକୁ ହୁଏ,ଆଉ ଅନେକ କିଛି ଅଣଦେଖା କରିବାକୁ ହୁଏ।

🦋 ସବୁ କ୍ଷେତ୍ରରେ କ୍ଷମା କରିଦେବା ଆଉ ସବୁ କ୍ଷେତ୍ରରେ କ୍ଷମା ମାଗିନେବା,ପ୍ରକୃତରେ ଏହା ଏକ ଚମତ୍କାର ଶକ୍ତି,କିନ୍ତୁ ଦୁଃଖର ବିଷୟ ଯେ ଏ ଶକ୍ତି ସମସ୍ତଙ୍କ ପାଖରେ ନଥାଏ।

ମହାବୀର ପଞ୍ଚାଙ୍ଗ 🌹
🌹୨୬-୬-୨୦୨୨((ରବିବାର))🌹
🌺🌺🌺🌺🌺🌺🌺🌺🌺🌺🌺🌺
ଅଦ୍ଯ ମିଥୁନ ଦି୧୨ନ,ତ୍ରୟୋଦଶୀ ଦ୫୫।୨ ରାଘ୩।୧୪,କୃତ୍ତିକା ଦ୨୧।୧୧ ଦିଘ୧।୪୧,ବୃଷ ଚନ୍ଦ୍ର ଦ୬୦ ନିଶାନ୍ତ.
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)
ମିଥୁନ ଦ୧/୪୦/୪୦ ଇଂଘ ୫/୧୩/୭ ଗତେ ଉଦୟ
ଧନୁ ଦ୧/୪୨/୨୦ ଇଂଘ ୬/୨୪/୨୯ ଗତେ ଅସ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ଦକ୍ଷିଣେ । ରାତ୍ରି ଘ୩।୧୪ ଗତେ ପଶ୍ଚି ମେ । ଯାତ୍ରା ଶୁଭ । ଅଦ୍ୟ ଦେବତାଗଠନ,ନୌକାଗଠନ ଓ ଚାଳନ, ବାଣିଜ୍ୟକରଣ, ହଳପ୍ରବାହ ଓ ବୀଜବପନ, ଔଷଧକରଣ ଓ ଭକ୍ଷଣ, ନାମକରଣ ଓ ଦୀକ୍ଷାଗ୍ରହଣ । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ଦିବା ଘ୧।୪୧ ଗତେ ମୃଗଶିରା ଆର୍ଦ୍ରା ପୁଷ୍ୟା ମଘା ଉତ୍ତରାଫାଃ ଚିତ୍ରା ସ୍ଵାତୀ ଅନୁରାଧା ମୂଳା ଉତ୍ତରାଷାଢ଼ା ଧନିଷ୍ଠା ଶତଭିଷା ଉତ୍ତରଭାଦ୍ର ଅଶ୍ବିନୀ କୃତ୍ତିକା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ବିଛା ରାଶିର ଘାତଚନ୍ଦ୍ର । ମେଷ ରାଶିର ଘାତବାର । ଦିବା ଘ୧୦।୧୦ ଗତେ ଘ୧।୩୦ ମଧ୍ୟେ ବାର ଓ କାଳବେଳା । ରାତ୍ରି ଘ୧।୧୦ ଗତେ ଘ୨।୩୧ ମଧ୍ୟେ କାଳରାତ୍ରି । ମୃତେ ଦ୍ବିପାଦ ଦୋଷ । ଫଳଂ କୃଷି ସନ୍ତାନ ହାନି । ଭୂମି ଓ ତିଳକାଞ୍ଚନ ଦାନ । ଦିବା ଘ୧।୪୧ ଗତେ ପାଦ ଦୋଷ । ଫଳଂ କୃଷି ହାନି ଓ ଭୂମି ଦାନ । ପ୍ରଥମ ରଜୋଦର୍ଶନେ ଦିବା ଘ୧।୪୧ ମଧ୍ୟେ ସମ୍ବତ୍ସର ଗଣ୍ଡଦୋଷ । ଫଳଂ ସ୍ତ୍ରୀ ବିଧବା । ଗୋକାଞ୍ଚନ ପ୍ରବାଳ ରକ୍ତବସ୍ତ୍ର ଦାନ ।ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ବାର୍ତ୍ତାକୀ (ବାଇଗଣ) ଭକ୍ଷଣ ନିଷେଧ ।ଅଦ୍ୟ ଶ୍ରୀ ଜୀଉମାନଙ୍କର ଅଣସର ତ୍ରୟୋଦଶୀ । ଘଣା ଲାଗି ।
🌺🌺🌺🌺🌺🌺🌺🌺🌺🌺🌺🌺
(ଅମୃତ) – ଦିବା ଘ୬।୪୯ ଗତେ ଘ୯।୧୩ ମଧ୍ୟେ ଘ୧୧।୩୭ ଗତେ ଘ୨।୧ ମଧ୍ୟେ ରାତ୍ରି ଘ୮।୦ ମଧ୍ୟେ ଘ୧୧।୧୨ ଗତେ ଘ୧।୩୬ ମଧ୍ୟେ । (ମାହେନ୍ଦ୍ର) – ଦିବା ଘ୩।୩୭ ଗତେ ଘ୪।୨୫ ମଧ୍ୟେ ।
🌺🌺🌺🌺🌺🌺🌺🌺🌺🌺🌺🌺
*🌹

🌹ମେଷ: ଆପଣଙ୍କ ମନରେ ନୂଆ ନୂଆ ବିଚାର ସୃଷ୍ଟି ହେବ। ଆଖପାଖର ଗତିବିଧି ଉପରେ ଦୃଷ୍ଟି ରଖନ୍ତୁ। ବ୍ୟବସାୟୀଙ୍କ ଲାଗି ଦିନଟି ସାମାନ୍ୟ ରହିବ।

🌹ବୃଷ: ପରିଶ୍ରମ ତୁଳନାରେ କମ୍ ଫଳ ମିଳିବ। ପୈତୃକ ସଂପତ୍ତିରୁ ଲାଭ ମିଳିପାରେ। ପାରିବାରିକ ଜୀବନ ସୁଖକର ହେବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

🌹ମିଥୁନ: ଆପଣଙ୍କ ଉପରେ ଘରର ମୁରବିଙ୍କ ଆଶୀର୍ବାଦ ରହିବ। ପୂର୍ବ ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହ ଆନନ୍ଦମୟ ସମୟ କାଟିବେ।

🌹କର୍କଟ: ସ୍ବାସ୍ଥ୍ୟ ନେଇ ସତର୍କ ରୁହନ୍ତୁ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ।

🌹ସିଂହ: ନିଜ ଭାଷରେ ନିୟନ୍ତ୍ରଣ ରଖନ୍ତୁ। ବିବାଦଠୁଁ ଦୂରରେ ରୁହନ୍ତୁ। ବ୍ୟବସାୟରେ ପରିଶ୍ରମ ଅନୁସାର ସନ୍ତୋଷଜନକ ଫଳ ପାଇବେ।

🌹କନ୍ୟା: ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ। ଅନ୍‍ଲାଇନ୍ ବ୍ୟବସାୟୀଙ୍କୁ ବଡ଼ ସୁଯୋଗ ମିଳିବ।

🌹ତୁଳା: ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ହେବ। ବେପାର ବୃଦ୍ଧି ଲାଗି ମନପ୍ରାଣ ଢାଳି କାମ କରିବେ। ଘରେ ଅବିବାହିତ ଲୋକଙ୍କର ବିବାହ ପ୍ରସଙ୍ଗ ଉଠିବ।

🌹ବିଛା: ଚାକିରିଆଙ୍କର କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ଜୀବନସାଥୀ ସହ ସମ୍ବନ୍ଧରେ ସୁଖ ବଢ଼ିବ। ବିଦ୍ୟାର୍ଥୀଙ୍କ ମନ ଲେଖାପଢ଼ାରେ କମ୍ ଲାଗିବ।

🌹ଧନୁ: ବିବେକ ପ୍ରୟୋଗ କରି ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ସଂପୂର୍ଣ୍ଣ କରିନେବେ। ବରିଷ୍ଠ ଆପଣଙ୍କ କାମକୁ ପ୍ରଶଂସା କରିବେ। ପ୍ରେମୀଯୁଗଳ ତର୍କ କରନ୍ତୁ ନାହିଁ।

🌹ମକର: ଧାର୍ମିକ କାର୍ଯ୍ୟରେ ଆସ୍ଥା ବଢ଼ିବ। ଘର ସଫା କରିବାରେ ଗୃହଣୀଙ୍କର ସମୟ ବିତିବ। ବଡ଼ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇପାରନ୍ତି।

🌹କୁମ୍ଭ: କୌଣସି କାମ କରିବା ପୂର୍ବରୁ ମୁରବିଙ୍କର ଆଶୀର୍ବାଦ ନିଅନ୍ତୁ। ଆପଣଙ୍କର ସୃଜନଶୀଳତା ବଢ଼ିବ। ସରକାରୀ ଚାକିରିଆଙ୍କର କାମ ବୋଝ ଅଧିକ ରହିବ।

🌹ମୀନ: ଘରୋଇ ଚାକିରିଆଙ୍କ ଲାଗି ଦିନଟି ବହୁତ ଭଲ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ମହିଳାମାନଙ୍କ ଲାଗି ଦିନଟି ଆରାମଦାୟକ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking