27.1 C
Bhubaneswar
Friday, August 12, 2022
Homeଓଡିଶା🎪🛕ଆଜିର ଅନୁଚିନ୍ତା🛕🎪

🎪🛕ଆଜିର ଅନୁଚିନ୍ତା🛕🎪

🦋ପିଲାଟିର କୌଣସି ସମସ୍ଯା ହେଲେ ମାଆ ଆଗେ ଜାଣିପାରେ କାରଣ ସମ୍ପର୍କଟା ସମସ୍ତଙ୍କ ଠାରୁ ୧୦ ମାସ ୧୦ ଦିନ ବେଶୀ ହୋଇଥାଏ ।

🦋ଆକର୍ଷଣ ଓ ସମର୍ପଣ ଭିତରେ ଗୋଟିଏ ପାର୍ଥକ୍ୟ ,
ଆକର୍ଷଣରେ ଶରୀର ହାରିଥାଏ,,, ଓ ସମର୍ପଣର ହୃଦୟ ଜିତିଥାଏ ।

🦋ଭଲ ହୃଦୟ ଏବଂ ଭଲ ବ୍ୟବହାର ଦୁନିଆରେ ପୁରା ଅଲଗା ହୋଇଥାଏ , ଗୋଟିଏ ଭଲ ହୃଦୟ ଅନେକ ଅନେକ ସମ୍ପର୍କ କୁ ନିଜର କରିଥାଏ,,,,
କିନ୍ତୁ
ଗୋଟିଏ ଭଲ ବ୍ୟବହାର ଅନେକ ହୃଦୟ କୁ ଆପଣାର କରିଥାଏ ।

🦋ପୃଥିବୀରେ ସମସ୍ତଙ୍କ ଭଲ ପାଇବାରେ ସ୍ବାର୍ଥ ଲୁଚି ରହିଥିଲେ ବି ମାଆର ଭଲ ପାଇବାରେ କୌଣସି ସ୍ବାର୍ଥ ନାହିଁ ।

🦋ଦୁନିଆରେ ସବୁଠାରୁ ଅଧିକ ସତ ମଦ ପିଇକରି କୁହାଯାଏ, ଆଉ ସବୁଠାରୁ ଅଧିକ ମିଛ Court ର ଧର୍ମ ପୁସ୍ତକ ଛୁଇଁ କରି କୁହାଯାଏ ।

ଅଦ୍ୟ ଜୁନ ମାସ ୨୭ ତାରିଖ ୨୦୨୨ ମସିହା(ସୋମବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୨୯
ସମ୍ବତ୍ସର-ଅନଳ
ଆଷାଢ଼-କୃଷ୍ଣପକ୍ଷ
ତିଥି- ଚତୁର୍ଦ୍ଦଶୀ
ନକ୍ଷତ୍ର- ରୋହିଣୀ ଦିବା ଘ୦୪/୩୨ ପର୍ଯ୍ୟନ୍ତ ତଦନ୍ତେ ମୃଗଶିରା
ଚନ୍ଦ୍ର-ବୃଷ
ଯୋଗ- ଶୂଳ
କରଣ – ବିଷ୍ଟି
ସୌରମାସ- ମିଥୁନ ୧୩ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୧୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୩୪
*✧═════•❁❀
ଯୋଗିନୀ ପଶ୍ଚିମେ
ବିଛା ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। – ଦିବା ଘ ୦୬/୫୨ଗତେ ଘ୦୮/୩୩ ମଧ୍ୟେ
ବାରବେଳା – ଦିବା ଘ ୦୩/୦୫ ଗତେ ଘ୦୪/୪୬ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୮/୩୪ ଗତେ ଘ୧୦/୦୨ମଧ୍ୟେ ଓ ଘ୦୯/୩୮ ଗତେ ଘ୧୨/୪୩ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ ୦୩/୩୮ ଗତେ ଘ୦୪/୪୬ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ବିରି ଭକ୍ଷଣ ନିଷେଧ
═✧══•❁❀❁•═════

🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌹👉 ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
✧═════•❁❀❁•═════✧
🌹ବୃଷ🌹👉-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
✧═════•❁❀❁•═════✧

🌹 ମିଥୁନ🌹👉-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
✧═════•❁❀❁•═════✧

🌹କର୍କଟ🌹👉-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।
✧═════•❁❀❁•═════✧

🌹ସିଂହ🌹👉-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
✧═════•❁❀❁•═════✧
🌹କନ୍ୟା🌹👉-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।

✧═════•❁❀❁•═════✧
🌹ତୁଳା🌹👉-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
✧═════•❁❀❁•═════✧

🌹ବିଛା🌹👉-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।

✧═════•❁❀❁•═════✧
🌹ଧନୁ🌹👉-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
✧═════•❁❀❁•═════✧

🌹ମକର🌹👉-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
✧═════•❁❀❁•═════✧

🌹କୁମ୍ଭ🌹👉-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।

✧═════•❁❀❁•═════✧
🌹 ମୀନ🌹👉-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, vଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking