”ବୟସ ବଢିବା ସହ ଆମ ହାତରୁ ପେନସିଲ୍ ଛଡେଇ ପେନ୍ ଧରେଇ ଦିଅନ୍ତି ।କାରଣ ଏହା ବୁଝେଇ ଦେବାକୁ — ଏବେ ଭୁଲ୍ କଲେ ଆଉ ଲିଭେଇ ହେବନାହିଁ !!”
”ସମସ୍ତଙ୍କ ଠାରୁ ସବୁ ଜିନିଷ କେବେ ଆଶା କରିବା ଉଚିତ୍ ନୁହେଁ ,କାହିଁକି ନା ଲୋକ ଏଠି ମୁହଁରେ ଗୋଟେ କଥା କୁହନ୍ତି କିନ୍ତୁ ମନରେ ଆଉ ଗୋଟିଏ କଥା ରଖିଥାନ୍ତି !!’
”ଜୀବନରେ ଦୁଇ ପ୍ରକାର ବନ୍ଧୁ ଆବଶ୍ୟକ “ଜଣେ କୃଷ୍ଣ ” ଯେ ଲଢିଲେ ତ ନାହିଁ ହେଲେ ବନ୍ଧୁଙ୍କୁ ଜିତେଇଦେଲେ, “ଆଉ ଜଣେ କର୍ଣ୍ଣ ” ଯେ ହାରିଗଲେ ପଛକେ ଶେଷ ପର୍ଯ୍ୟନ୍ତ ବନ୍ଧୁଙ୍କୁ ଛାଡିଗଲେ ନାହିଁ !!”
”ସମ୍ପର୍କ କେବେ ବି ଦୂରତ୍ବରେ ଶେଷ ହୁଏ ନା,ସମ୍ପର୍କ ଶେଷ ହୁଏ କେବଳ ଅହଙ୍କାର,ଅସମ୍ମାନ,ସ୍ୱାର୍ଥପରତା ଏବଂ ବିଶ୍ବାସ ଘାତକ ଦ୍ଵାରା !!”
”ଜନ୍ମରୁ କେହି କାହାର ମିତ୍ର ବା ଶତ୍ରୁ ନୁହେଁ;ବ୍ଯବହାରରେ ମିତ୍ରତା ଓ ଶତ୍ରୁତା ସୃଷ୍ଟି ହୋଇଥାଏ !!”
”ନିଜର ଖୁସି ପାଇଁ କେବେ କାହା ସହିତ Time pass କରନ୍ତୁ ନାହିଁ,କାରଣ ତୁମର Time pass ସିନା ପୂରଣ ହୋଇଯିବ,ହେଲେ କେହି ଜଣେ ସବୁଦିନ ପାଇଁ ହସିବା ଭୁଲିଯିବ ”
ଅଦ୍ୟ ଅଗଷ୍ଟ ମାସ ୦୪ ତାରିଖ ୨୦୨୨ ମସିହା(ଗୁରୁବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୨୯
ସମ୍ବତ୍ସର-ଅନଳ
ଶ୍ରାବଣ-ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ପ୍ରାତଃ ଘ୦୫/୩୮ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- ହସ୍ତା ରାତ୍ରି ଘ୦୭/୩୨ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା
ଚନ୍ଦ୍ର- କନ୍ୟା ଦିବା ଘ୦୭/୧୮ ପର୍ଯ୍ୟନ୍ତ ତଦନ୍ତେ ତୁଳା
ଯୋଗ- ସାଧ୍ୟ
କରଣ – ତୈତିଳ
ସୌରମାସ- କର୍କଟ ୧୯ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୭/୫୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୮/୫୦
*✧═════•❁❀
ଯୋଗିନୀ ଐଶାନ୍ୟେ
ତୁଳା ଓ କୁମ୍ଭ ରାଶିର ଘାତବାର
ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ ୦୩/୦୪ ଗତେ ଘ୦୬/୧୭ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୧/୩୦ ଗତେ ଘ୦୩/୦୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୦୪ ମଧ୍ୟେ ଓ ଘ୧୦/୧୬ ଗତେ ଘ୧୨/୪୦ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ତାଳ ଭକ୍ଷଣ ନିଷେଧ
꧁ ଆଜିର ରାଶିଫଳ꧂
✧═════•❁❀❁•═════✧
ମେଷ
: ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════✧
ବୃଷ
: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
✧═════•❁❀❁•═════✧
ମିଥୁନ
: ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════✧
କର୍କଟ
: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════✧
ସିଂହ
: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
✧═════•❁❀❁•═════✧
କନ୍ୟା
: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
✧═════•❁❀❁•═════✧
ତୁଳା
: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
✧═════•❁❀❁•═════✧
ବିଛା
: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════✧
ଧନୁ
: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
ମକର
: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════✧
କୁମ୍ଭ
: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════✧
ମୀନ
: ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।