30.1 C
Bhubaneswar
Saturday, September 24, 2022
Homeଓଡିଶା" ଆଜିର ଅନୁଚିନ୍ତା *

” ଆଜିର ଅନୁଚିନ୍ତା *

🦋”ଏହା ଜରୁରୀ ନୁହେଁ ଯେ ପ୍ରତ୍ୟେକ Gift କିଛି ଜିନିଷ ହିଁ ହୋଇଥିବ, ପ୍ରେମ, ଯତ୍ନ, ସମ୍ମାନ ମଧ୍ୟ ଏକ ବହୁତ ଭଲ Gift, କେବେ କାହାକୁ ଦେଇକରି ତ ଦେଖ…. !!”

🦋”ଏକାକୀ ରହିବା ଏବଂ ଏକାକୀ କାନ୍ଦିବା ଜଣେ ବ୍ୟକ୍ତିଙ୍କୁ ଅତି ଶକ୍ତିଶାଳୀ କରେ !!”

🦋”ଯେଉଁମାନେ ତୁମକୁ Ignore କରନ୍ତି, ସେମାନଙ୍କୁ କେବେ Care କର ନାହିଁ, ଯେଉଁମାନେ ତୁମ ପାଇଁ ଅନ୍ୟମାନଙ୍କୁ Ignore କରନ୍ତି, ସେମାନଙ୍କ ନିଶ୍ଚୟ Care ନିଅ !!”

🦋”ଭଲ ଚିନ୍ତା କର, ଭଲ କୁହ ଏବଂ ଭଲ କର, କାରଣ ସବୁକିଛି ତୁମ ପାଖକୁ ଫେରି ଆସିବ !!”

🦋”ପରିଚୟ କେବଳ କାର୍ଯ୍ୟ ଦ୍ୱାରା କରାଯାଇଥାଏ,ଦୋକାନରେ ମହଙ୍ଗା ପୋଷାକ କଣ୍ଢେଇ ମଧ୍ୟ ପିନ୍ଧି ବସିଥାଏ କିମ୍ବା ଠିଆ ହୋଇଥାଏ !!”

🦋”ପାରିବାରିକ ଧନ କିଏ ପାଇଛି ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ, ଏଠାରେ ରାଜା ସିଏ ଯିଏ କଠିନ ପରିଶ୍ରମ କରି ନିଜକୁ ଯୋଗ୍ୟ କରନ୍ତି !!”

🦋”ଯଦି ତୁମେ ସୂର୍ଯ୍ୟ ପରି ଜ୍ୟୋତି କରିବାକୁ ଚାହୁଁଛ, ତା ହେଲେ ପ୍ରଥମେ ସୂର୍ଯ୍ୟ ପରି ଜଳ … !!”

ଅଦ୍ୟ ସେପ୍ଟେମ୍ୱର ମାସ ୨୧ ତାରିଖ ୨୦୨୨ ମସିହା(ବୁଧବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଆଶ୍ୱିନ-କୃଷ୍ଣପକ୍ଷ
ତିଥି- ଏକାଦଶୀ ରାତ୍ରି ଘ୧୧/୧୭ ଗତେ ଦ୍ଵାଦଶୀ
ନକ୍ଷତ୍ର- ପୁଷ୍ୟ। ରାତ୍ରି ଘ୧୨/୧୭ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ- ପରିଘ
କରଣ – ବବ
ସୌରମାସ- କନ୍ୟା ୦୫ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୪୦/୧୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୨/୩୦
*✧═════•❁❀
ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୧୧/୧୭ ଗତେ ନୈରୁତେ
କର୍କଟ ରାଶିର ଘାତବାର
ଏକାଦଶୀ ର ସମ୍ବତ୍ସାରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବା
✧═════•❁❀❁•═══
କାଳବେଳା -ଦିବା ଘ ୦୮/୪୧ ଗତେ ଘ୧୦/୧୩ ମଧ୍ୟେ
ବାରବେଳା – ଦିବା ଘ ୧୧/୪୩ ଗତେ ଘ୦୧/୧୫ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୨୮ ମଧ୍ୟେ ଓ ଘ୦୭/୧୫ ଗତେ ଘ୦୮/୦୩ମଧ୍ୟେ ଓ ଘ୧୦/୨୭ ଗତେ ଘ୧୧/୪୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୨୯ ଗତେ ଘ୦୭/୧୪ ମଧ୍ୟେ*
═✧*══•❁❀❁•═════✧
ଅଦ୍ୟ ଶିମ୍ବ ରାତ୍ରି ଘ୧୨/୧୮ ଗତେ ପୋଇ ଭକ୍ଷଣ ନିଷେଧ
═✧══•❁❀❁•═════

꧁ ଆଜିର ରାଶିଫଳ꧂
✧═════•❁❀❁•═════✧
ମେଷ : 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ।
✧═════•❁❀❁•═════✧
ବୃଷ : 👉ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
✧═════•❁❀❁•═════✧
ମିଥୁନ : 👉ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════✧
କର୍କଟ: 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
✧═════•❁❀❁•═════✧
ସିଂହ : 👉ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
✧═════•❁❀❁•═════✧
କନ୍ୟା: 👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
✧═════•❁❀❁•═════✧
ତୁଳା :👉 ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
✧═════•❁❀❁•═════✧
ବିଛା :👉 କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
✧═════•❁❀❁•═════✧
ଧନୁ : 👉ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
✧═════•❁❀❁•═════✧
ମକର : 👉ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
✧═════•❁❀❁•═════✧
କୁମ୍ଭ : 👉ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
✧═════•❁❀❁•═════✧
ମୀନ : 👉କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking