40.1 C
Bhubaneswar
Thursday, April 25, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

🦋 ପ୍ରତ୍ୟେକ ସଫଳ ବ୍ୟକ୍ତିଙ୍କର ଏକ ଯନ୍ତ୍ରଣାଦାୟକ କାହାଣୀ ଅଛି,ତେଣୁ ଯନ୍ତ୍ରଣାକୁ ଗ୍ରହଣ କରନ୍ତୁ ଆଉ ସଫଳତା ପାଇବା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ।

🦋 ସମୟ ଯେତେବେଳେ ପରୀକ୍ଷା ନିଏ ସେତେବେଳେ ସମୟ ଅଦୃଶ୍ୟ ଅବସ୍ଥାରେ ସବୁ ଦିଗରୁ ପ୍ରହାର କରିଥାଏ।ସେ ଧନୀ ଗରିବ,ଜ୍ଞାନୀ ଅଜ୍ଞାନୀ କିଛି ବି ବୁଝି ନଥାଏ।

🦋 ପାଦ ଖୁବ୍ ସାବଧାନରେ ପକାଅ,କାରଣ ବହୁତ୍ ଲୋକ ଏଠି ଅପେକ୍ଷା କରିଛନ୍ତି କେବଳ ତୁମର ଗୋଟେ ଭୁଲ୍ ଧରିବା ପାଇଁ।

🦋 ନିଜ ଉପରେ କିପରି ଭରଷା ରଖାଯାଏ ନଦୀ ପାଖରୁ ଶିଖ।ଏହା ପାହାଡରୁ ବାହାରିବା ପରେ ପଚାରେ ନାହିଁ ଯେ ସମୁଦ୍ର କେତେ ବାଟ।

ଅଦ୍ୟ ସେପ୍ଟେମ୍ୱର ମାସ ୨୫ ତାରିଖ ୨୦୨୨ ମସିହା(ରବିବାର)

ଶକାବ୍ଦ -୧୯୪୪

ସମ୍ବତ -୨୦୭୯

ଦିଲ୍ଲୀସ୍ୱରାଦ୍ଧ-୧୪୩୦

ସମ୍ବତ୍ସର-ଅନଳ

ଆଶ୍ୱିନ-କୃଷ୍ଣପକ୍ଷ

ତିଥି- ଅମାବାସ୍ୟା ରାତ୍ରି ଘ୦୩/୪୦ ଗତେ ପ୍ରତିପଦ

ନକ୍ଷତ୍ର- ପୁର୍ବାଫା ପ୍ରାତଃ ଘ୦୬/୦୩ ଗତେ ଉତ୍ତରା ଫା

ଚନ୍ଦ୍ର- ସିଂହ ଦିବା ୧୨/୧୭ ଗତେ କନ୍ୟା

ଯୋଗ- ଶୁଭ

କରଣ – ଚତୁଷ୍ପଦ

ସୌରମାସ- କନ୍ୟା ୦୯ ଦିନ

✧═════•❁❀❁•═════✧

ସୁର୍ୟୋଦୟ-ପ୍ରାତଃ ଘ୦୫/୪୦/୫୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୮/୩୪

*✧═════•❁❀

ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୩/୪୦ ଗତେ ପୂର୍ବେ

ବୃଷ ରାଶିର ଘାତଚନ୍ଦ୍ର

ମେଷ ରାଶିର ଘାତବାର

ଅମାବାସ୍ୟା ର ସମ୍ବତ୍ସାରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବା

✧═════•❁❀❁•═══

କାଳବେଳା ଓ ବାରବେଳା – ଦିବା ଘ ୧୦/୧୦ ଗତେ ଘ୦୧/୧୧ ମଧ୍ୟେ

══•❁❀❁•═

ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୨୮ ଗତେ ଘ୦୮/୫୩ମଧ୍ୟେ ଓ ଘ୦୧/୧୨ ଗତେ ଘ୦୩/୧୫ ମଧ୍ୟେ

ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୦୫ ଗତେ ଘ୦୪/୫୪ ମଧ୍ୟେ

ଆଜିର ରାଶିଫଳ꧂🌹🌼*

🌷ମେଷ🌷👉ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ। ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

✧═════•❁❀❁•═════✧

🌷ବୃଷ🌷👉 ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।

✧═════•❁❀❁•═════✧

🌷ମିଥୁନ🌷👉କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।

✧═════•❁❀❁•═════✧

🌷କର୍କଟ🌷👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।

✧═════•❁❀❁•═════✧

🌷 ସିଂହ🌷👉 ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

✧═════•❁❀❁•═════✧

🌷କନ୍ୟା🌷 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।

✧═════•❁❀❁•═════✧

🌷ତୁଳା 🌷 👉କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।✧═════•❁❀❁•═════✧

🌷ବିଛା 🌷 👉ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

✧═════•❁❀❁•═════✧

🌷ଧନୁ🌷:👉 ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।

✧═════•❁❀❁•═════✧

🌷ମକର 🌷 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।

✧═════•❁❀❁•═════✧

🌷 କୁମ୍ଭ🌷:👉 ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।

✧═════•❁❀❁•═════✧

🌷 ମୀନ 🌷👉 ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବt । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking