34.1 C
Bhubaneswar
Friday, October 18, 2024
Homeଓଡିଶା_ଆଜିର ଅନୁଚିନ୍ତା

_ଆଜିର ଅନୁଚିନ୍ତା

➡️ସୁନ୍ଦରତା ସମସ୍ତଙ୍କ ଭିତରେ ଲୁଚି ରହିଛି, ବାସ୍ ତାକୁ ବାହାର କରିବାର ଅଛି ।
➡️ଟଙ୍କା/ପଇସା କେବଳ ଚାଲିଚଳନକୁ ବଦଳାଇ ଦେଇ ପାରେ ।ବୁଦ୍ଧି, ସ୍ବଭାବ, କର୍ମ ଆଉ ଭାଗ୍ୟକୁ ନୁହେଁ ।

➡️ସମ୍ମାନ ପାଇବାକୁ ହେଲେ ଅନ୍ୟକୁ ସମ୍ମାନ ଦେବାକୁ ପଡିଥାଏ । କାହାଠାରୁ ଜୋର୍ ଜବରଦସ୍ତି ସମ୍ମାନ ମିଳି ନ ଥାଏ ।

➡️ଖରାପ ତ ସେତେବେଳେ ଲାଗେ ଯେତେବେଳେ କାହାର ବିପଦର ସାଥି ହେବା ପରେ ସେ ଆମକୁ ଭୁଲି ଯାଆନ୍ତି ।

➡️ଜୀବନରେ ପ୍ରତ୍ୟେକ ଝଡ କ୍ଷତି କରିବାକୁ ଆସେନାହିଁ, କିଛି ଝଡ ଆସିଥାଏ ରାସ୍ତା ସଫା କରିବା ପାଇଁ ।

*➡️ଭଗବାନ ଯଦି ମଣିଷକୁ ଭୋକ ଆଉ ଦୁଃଖ ଦେଇନଥାନ୍ତେ ତେବେ ମଣିଷ କେବେ ନିଜର Importance ବୁଝିପାରନ୍ତା ନାହିଁ

ଅଦ୍ୟ ପ୍ରେବୃଆରୀ ମାସ ୨୧ ତାରିଖ ୨୦୨୩ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଫାଲଗୁନମାସ-ଶୁକ୍ଳପକ୍ଷ
ତିଥି- ପ୍ରତିପଦ ଦିବା ଘ୦୯/୨୪ ଗତେ ଦ୍ଵିତୀୟା
ନକ୍ଷତ୍ର-ଶତଭିଶା ଦିବା ଘ୦୯/୫୧ଗତେ ପୁର୍ବଭାଦ୍ର
ଚନ୍ଦ୍ର- କୁମ୍ଭ ରତ୍ରି ଘ୦୨/୨୩ଗତେ ମୀନ
ଯୋଗ-ଶିବ
କରଣ – ସିଦ୍ଧି
ସୌରମାସ- କୁମ୍ଭ ୦୯ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୧୬/୪୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୫/୨୯
*✧═════•❁❀
ଯୋଗିନୀ ପୂର୍ବେ ଦିବା ଘ୦୯/୨୪ ଗତେ ଉତ୍ତରେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର
ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୧/୨୭ ଗତେ ଘ୦୨/୫୪ ମଧ୍ୟେ
ବାରବେଳା – ଦିବା ଘ୦୭/୪୦ ଗତେ ଘ୦୯/୦୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୯/୦୭ ଗତେ ଘ୧୧/୦୪ ମଧ୍ୟେ ଓ ଘ୦୩/୫୧ ଗତେ ଘ୦୫/୨୮ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ପାଣିକଖାରୁ ଦିବା ଘ୦୯/୨୪ ଗତେ ବୋଇତିକଖାରୁ ଭକ୍ଷଣ ନିଷେଧ
═✧══•❁❀❁•═════
ଆଜିର ରାଶିଫଳ*
✧═════•❁❀❁•═════✧
🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════✧
🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
✧═════•❁❀❁•═════✧
🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════✧
🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════✧
🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
✧═════•❁❀❁•═════✧
🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
✧═════•❁❀❁•═════✧
🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
✧═════•❁❀❁•═════✧
🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════✧
🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════✧
🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════✧
🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking