34.1 C
Bhubaneswar
Wednesday, May 1, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ବିନୟ, ସଦ୍ଗୁଣ ଓ ସତ୍ୟ- ଏହି ତିନି ସ୍ତମ୍ଭକୁ ପ୍ରକୃତ ନାରୀତ୍ୱ ଆଶ୍ରା କରି ରହିଥାଏ ।ଦୈନନ୍ଦିନ ଜୀବନରୁ ହିଁ ଲୋକଟାର ସଦ୍ଗୁଣର ପରିଚୟ ମିଳେ – ଗୋଟିଏ ଦୁଇଟି ବଡ କାମରୁ ନୁହେଁ । ଅନ୍ୟପକ୍ଷରେ ଦେଖିବାକୁ ଗଲେ ବହୁ ଭଲ ଅଭ୍ୟାସର ସମଷ୍ଟିକୁ ସଦ୍ଗୁଣ ବୋଲି କୁହାଯାଏ ।।
ସଦ୍ଗୁଣ ହିଁ ମନୁଷ୍ୟର ସୌନ୍ଦର୍ଯ୍ୟକୁ ଶତଗୁଣ ବୃଦ୍ଧି କରିଥାଏ ।ଜ୍ଞାନୀ ବ୍ୟକ୍ତି କଦାପି ବାହାରର ରୂପ ଦେଖି ମୁଗ୍ଧ ହୁଅନ୍ତି ନାହିଁ । ସେ କାର୍ଯ୍ୟକ୍ରମ ବିଷ୍ଲେଷଣ କରି ମନୁଷ୍ୟକୁ ବିଚାର କରନ୍ତି ।।
କୌଣସି ଲୋକ ହଠାତ୍ ସାଧୁ ବା ବଦ୍ମାସ୍ ହୋଇଯାଏ ନାହିଁ – ବହୁ ଉଦ୍ୟମ ପରେ ହିଁ ସେ ସାଧୁ ବା ବଦମାସ୍ ହୋଇଥାଏ ।।
ଯଦି ତୁମେ ଭଲ ହେବାକୁ ଇଚ୍ଛା କର, ତେବେ ସର୍ବପ୍ରଥମେ ତୁମେ ମନେ କର ଯେ, ତୁମେ ଅତି ଖରାପ ।।

ଅଦ୍ଯ ବୃଷ ଦି୬ନ,ପ୍ରତିପଦ ଦ୪୦।୧୫ ରାଘ ୯।୧୯,କୃତ୍ତିକା ଦ୮।୧୧ ଦିଘ୮।୨୯,ବୃଷ ଚନ୍ଦ୍ର ଦ୬୦ ନିଶାନ୍ତ।

ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)
ବୃଷ ଦ୦/୪୧/୨୦ ଇଂଘ ୫/୧୨/୪୬ ଗତେ ଉଦୟ।
ବିଛା ଦ୦/୪୭/୨୦ ଇଂଘ ୬/୧୨/୧୮ ଗତେ ଅସ୍ତ ।

ଯୋଗିନୀ ପୂର୍ବେ । ରାତ୍ରି ଘ୯।୧୯ ଗତେ ଉତ୍ତରେ ।ଯାତ୍ରା ନାସ୍ତି । ଅଦ୍ୟ ରୋହିଣୀ ନକ୍ଷତ୍ରେ ରାତ୍ରୈ। ବିବାହ ଓ ପାଣିଗ୍ରହଣ । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ଦିବା ଘ୮।୨୯ ଗତେ ମୃଗଶିରା ଆର୍ଦ୍ରା ପୁଷ୍ୟା ମଘା ଉତ୍ତରାଫାଃ ଚିତ୍ରା ସ୍ଵାତୀ ଅନୁରାଧା ମୂଳା ଉତ୍ତରାଷାଢ଼ା ଧନିଷ୍ଠା ଶତଭିଷା ଉତ୍ତରଭାଦ୍ର ଅଶ୍ବିନୀ କୃର୍ତ୍ତିକା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ବିଛା ରାଶିର ଘାତଚନ୍ଦ୍ର ବୃଷ ସିଂହ ଓ କନ୍ୟା ରାଶିମାନଙ୍କର ଘାତବାର । ଦିବା ଘ୬।୫୧ ମଧ୍ୟେ ଘ୪।୩୭ ଗତେ ଘ୬।୧୪ ମଧ୍ୟେ କାଳବେଳା । ଘ୧।୨୩ ଗତେ ଘ୩।୦ ମଧ୍ୟେ ବାରବେଳା । ରାତ୍ରି ଘ୭।୩୭ ମଧ୍ୟେ ଘ୩।୫୦ ଗତେ ଘ୫।୧୩ ମଧ୍ୟେ କାଳରାତ୍ରି । ମୃତେ ଦ୍ବିପାଦ ଦୋଷ’ । ଫଳଂ କୃଷି ଓ ସନ୍ତାନ ହାନି । ଭୂମି ଓ ତିଳକାଞ୍ଚନ ଦାନ । ଦିବା ଘ୮।୨୯ ଗତେ ପ୍ରଥମ ପାଦ ଦୋଷ ।ଫଳଂ କୃଷି ହାନି ଓ ଭୂମି ଦାନ । ରାତ୍ରି ଘ୯।୧୯ ଗତେ ଦ୍ଵିପାଦ ଦୋଷ । ଫଳଂ କୃଷି ଓ ପଶୁ ହାନି । ଭୂମି ଓ ଅନ୍ନ ଦାନ । ପ୍ରଥମ ରଜୋଦର୍ଶନେ ଦିବା ଘ୮।୨୯ ମଧ୍ୟେ ସମ୍ବତ୍ସର ଗଣ୍ଡଦୋଷ ।ଫଳଂ ସ୍ତ୍ରୀ ବନ୍ଧ୍ୟା । ଗୋକାଞ୍ଚନ ପ୍ରବାଳ ରକ୍ତ ବସ୍ତ୍ର ଦାନ । ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । କୁଷ୍ମାଣ୍ଡ( ପାଣି କଖାରୁ) ରାତ୍ରି ଘ୯।୧୯ ଗତେ ବୃହତୀ( ବୋଇତି କଖାରୁ) ଭକ୍ଷଣ ନିଷେଧ ।
(ଅମୃତ) – ଦିବା ଘ୨।୪୯ ଗତେ ଘ୫।୧୩ ମଧ୍ୟେ ରାତ୍ରି ଘ୭।୧ ଗତେ ଘ୭।୪୯ ମଧ୍ୟେ ଘ୧୧।୪୯ ଗତେ ଘ୨।୧୩ ମଧ୍ୟେ ଘ୩।୪୯ ଗତେ ଘ୫।୧୨ ମଧ୍ୟେ ।(ମାହେନ୍ଦ୍ର) – ଦିବା ଘ୬।୧ ମଧ୍ୟେ ଘ୯।୧୩ ଗତେ ଘ୧୧।୩୭ ମଧ୍ୟେ ।

ମେଷ: ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।

ବୃଷ: ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ଭ୍ରାତୃ ସମ୍ପର୍କରେ ଅବନତି ଘଟିବ।

ମିଥୁନ: ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟାକଲେ ନିଶ୍ଚିତ ଉପକୃତ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ। ପ୍ରତିବନ୍ଧକ କାରଣରୁ ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।

କର୍କଟ: କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ, ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ପାରିବାରିକ ଜୀବନରେ ପକ୍ଷପାତିତା ଅଶାନ୍ତିର କାରଣ ହେବ।

ସିଂହ: କେତେକ କାମରେ ପଶ୍ଚାତାପ ଜନିତ ମନସ୍ତାପ କରିପାରନ୍ତି। ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି । ଦେହ ଭଲ ରହିବା ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଶା କରିଥିବା ଜିନିଷ ବିଳମ୍ବରେ ପାଇବେ।

କନ୍ୟା:ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ ।

ତୁଳା:ନ୍ଧୁଙ୍କ ଜରିଆରେ କୌଣସି ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କର୍ମକ୍ଳାନ୍ତ ଶରୀର ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହେବା ସୂଚନା ରହିଛି ।

ବିଛା: ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରର ଘଟଣା ଗୁଡ଼ାକ ଅସାଧାରଣ ମନେହେବ। ପରିବାରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।

ଧନୁ:ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ ।କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ।

ମକର: ଅଫିସ୍‌ କାମରେ ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ । ପୂର୍ବ ଶତ୍ରୁତାକୁ ନେଇ ଈର୍ଷା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇଯାଇପାରନ୍ତି।*

କୁମ୍ଭ: ଅତୀତର ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଏଣୁ ସାବଧାନତା ନିତାନ୍ତ ଦରକାର। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।

ମୀନ:ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking