ଅନେକ ପରିସ୍ଥିତିରେ ହାରିବା ପରେ ହିଁ ସଫଳତା ରାସ୍ତାର ସନ୍ଧାନ ମିଳିଥାଏ। ଏଣୁ ହାରିଗଲେ ନିରାଶ ନ ହୋଇ ମନୋବଳ ଦୃଢ଼ ରଖି କାମ କରିବା ଉଚିତ।
ଯେଉଁ ଲୋକଙ୍କ ପାଖରେ ମାନବିକତା ବା ମଣିଷପଣିଆ ନଥାଏ, ସେମାନଙ୍କ ପାଖରେ ସମ୍ପର୍କର ମୂଲ୍ୟ କିଛି ନଥାଏ ।
ଏ ଲୋକ ବି ଭାରି ଅଜବ,ମରି ଯାଇଥିବା ଲୋକ ପାଇଁ କାନ୍ଦନ୍ତି ଆଉ ବଞ୍ଚିଥିବା ଲୋକଙ୍କୁ କନ୍ଦାନ୍ତି ।
ନିଜ ଘରେ ବସି କେବେ କାହାର ଅନିଷ୍ଟ,ଅମଙ୍ଗଳ ଏବଂ ପରଚର୍ଚ୍ଚା ଆଲୋଚନା କରିବା ଅନୁଚିତ୍ ।କାରଣ ତୁମ ନିଜ ଘର ଉପରେ ରାହୁ ଏବଂ ଶନିଙ୍କର କୂପଦୃଷ୍ଟି ପଡିବା ସହ ଲକ୍ଷ୍ମୀ ଛାଡି ଯାଆନ୍ତି ଯାହାଦ୍ଵାରା ତୁମ ଘରେ ଅଶାନ୍ତି,ଅନିଷ୍ଟ ଏବଂ ଅର୍ଥ ଅଭାବ ଦେଖାଯିବ ।
ଅନ୍ୟୁନ ପାଞ୍ଚ ମିନିଟ୍ ପାଇଁ ଆପଣଙ୍କର ବ୍ଯକ୍ତିତ୍ବ ଯୋଗ୍ୟତା ଓ ଚିରନ୍ତନର ମୂଲ୍ୟ ସମ୍ବନ୍ଧରେ ବିଚାର କରନ୍ତୁ ।
ଅନ୍ୟର କଥା ଖୋଲା ହୃଦୟରେ ଶୁଣି ନିଜ ସମ୍ପର୍କରେ ଉନ୍ନତି ଆଣନ୍ତୁ l
ଅଦ୍ୟ ସେପ୍ଟେମ୍ବର ମାସ ୦୭ ତାରିଖ ୨୦୨୩ ମସିହା(ଗୁରୁବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ପିଙ୍ଗଳ
ଭାଦ୍ରମାସ- କୃଷ୍ଣପକ୍ଷ
ତିଥି- ଅଷ୍ଟମୀ ଦିବା ଘ୦୪/୦୦ ପର୍ୟ୍ୟନ୍ତ ତଦନ୍ତେ ନବମୀ
ନକ୍ଷତ୍ର- ରୋହିଣୀ ଦିବା ଘ ୧୦/୪୭ ପର୍ୟ୍ୟନ୍ତ ତଦନ୍ତେ ମୃଗଶିରା
ଚନ୍ଦ୍ର- ବୃଷ ରାତ୍ରିଘ ୧୧/୪୩ ପର୍ୟ୍ୟନ୍ତ ତଦନ୍ତେ ମିଥୁନ
ଯୋଗ- ବଜ୍ର
କରଣ – କୌଳବ
ସୌରମାସ- ସିଂହ ୨୨ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୬/୫୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୪/୧୮
*✧═════•❁❀
ଯୋଗିନୀ ଐଶାନ୍ୟେ ଦିବା ଘ୦୪/୦୦ ପର୍ୟ୍ୟନ୍ତ ତଦନ୍ତେ ପୂର୍ବେ
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କନ୍ୟା ରାଶିର ଘାତ ଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୨/୪୭ ଗତେ ଘ୦୫/୫୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୧/୪୦ ଗତେ ଘ୦୨/୪୫ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୧୩ ମଧ୍ୟେ ଓ ଘ୧୦/୨୪ ଗତେ ଘ୧୨/୪୮ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ନଡ଼ିଆ ଦିବା ଘ ୦୪/୦୦ ଗତେ ଲାଉ ଭକ୍ଷଣ ନିଷେଧ
✧═════•❁❀❁•═════✧
ଆଜିର ରାଶିଫଳ*
✧═════•❁❀❁•═════✧
ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
✧═════•❁❀❁•═════✧
ବୃଷ : ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
✧═════•❁❀❁•═════✧
ମିଥୁନ : ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════✧
କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
✧═════•❁❀❁•═════✧
ସିଂହ : ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
✧═════•❁❀❁•═════✧
କନ୍ୟା: ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
✧═════•❁❀❁•═════✧
ତୁଳା :ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
✧═════•❁❀❁•═════✧
ବିଛା : କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
✧═════•❁❀❁•═════✧
ଧନୁ : ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
✧═════•❁❀❁•═════✧
ମକର : ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
✧═════•❁❀❁•═════✧
କୁମ୍ଭ : ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
✧═════•❁❀❁•═════✧
ମୀନ : କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।