27.1 C
Bhubaneswar
Sunday, September 8, 2024
Homeଓଡିଶା_ଆଜିର ଅନୁଚିନ୍ତା*

_ଆଜିର ଅନୁଚିନ୍ତା*

ସବୁବେଳେ ଚେଷ୍ଟା କରନ୍ତୁ ଆଇନାଟିଏ ହେବା ପାଇଁ, ଯିଏ ଭାଙ୍ଗି ଗଲା ପରେ ବି ମିଛ କୁହେନାହିଁ ।
ପ୍ରତ୍ୟେକ ଭଲ କାମ କରିବା ପୂର୍ବରୁ ” ଅସମ୍ଭବ ” ବୋଲି ଶବ୍ଦଟିଏ ଆଖି ସାମ୍ନାକୁ ଆସେ — କିନ୍ତୁ ହାରିଯାଅ ନାହିଁ, କାର୍ଯ୍ୟ କରିଚାଲ ।

ଜୀବନରେ ବେଳେ ବେଳେ କିଛି ଦୁଃଖ ବି ଆସିବା ଦରକାର, ନହେଲେ ଜଣା ପଡିବ ନାହିଁ କିଏ ଆମକୁ ସତରେ ଭଲପାଏ ଆଉ କିଏ ଆମ ସହିତ ଭଲ ପାଇବାର ଅଭିନୟ କରୁଛି ।

ନିଜର ସ୍ବାର୍ଥ ରଖି ଆଗରେ ଗୋଟେ ଓ ପଛରେ ଗୋଟେ କହୁଥିବା ବ୍ୟକ୍ତି ” କରୋନା ” ଠାରୁ ବଡ ଭୟଙ୍କର । ଏମାନଙ୍କୁ କେବଳ ସାମାଜିକ ଦୂରତ୍ବ ବଜାଇ ରଖିବା ଆବଶ୍ୟକ ।

ଅଦ୍ୟ ନଭେମ୍ବର ମାସ ୨୪ ତାରିଖ ୨୦୨୩ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
କାର୍ତ୍ତିକମାସ- ଶୁକ୍ଳପକ୍ଷ
ତିଥି- ଦ୍ଵାଦଶୀ ରାତ୍ରି ଘ୦୭/୦୭ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ
ନକ୍ଷତ୍ର- ରେବତୀ ଦିବା ଘ୦୪/୪୧ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଵିନୀ
ଚନ୍ଦ୍ର- ମୀନ ଦିବା ଘ୦୪/୪୧ ପର୍ଯ୍ୟନ୍ତ ତଦନ୍ତେ ମେଷ
ଯୋଗ- ଅଶ୍ରୁକ୍
କରଣ – ବବ
ସୌରମାସ- ବିଛା ୦୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୪/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/୪୯
*✧═════•❁❀
ଯୋଗିନୀ ନୈରୁତେ ରାତ୍ରି ଘ ୦୭/୦୭ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ
ଦ୍ଵାଦଶୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୮/୪୭ ଗତେ ଘ୧୧/୩୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୫୩ ମଧ୍ୟେ ଓ ଘ୧୧/୩୪ ଗତେ ଘ୦୩/୪୦ ମଧ୍ୟେ ଓ ଘ୦୪/୨୮ ଗତେ ଘ୦୫/୦୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ
═✧══•❁❀❁•═════
✧═════•❁❀❁•═════✧
ଆଜିର ରାଶିଫଳ*
✧═════•❁❀❁•═════✧
ମେଷ
ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*
✧═════•❁❀❁•═════✧
ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |
*✧═════•❁❀❁•════ମିଥୁନ
ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |*
✧═════•❁❀❁•═════✧
କର୍କଟ
ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।*
✧═════•❁❀❁•═════✧
ସିଂହ
ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |*
✧═════•❁❀❁•═════✧
କନ୍ୟା
ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |*
*✧═════•❁❀❁•═════ତୁଳା
ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |*
✧═════•❁❀❁•═════✧
ବିଛା
ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |*
✧═════•❁❀❁•═════✧
ଧନୁ
ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |*
*✧═════•❁❀❁•═════ମକର
ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।*

✧═════•❁❀❁•═════✧
କୁମ୍ଭ
ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |*
✧═════•❁❀❁•═════✧
*
ମୀନ
ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking