31.1 C
Bhubaneswar
Thursday, July 4, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ପୋଲ ଓ କାନ୍ଥ ଉଭୟଙ୍କ ନିର୍ମାଣରେ ଗୋଟିଏ ପ୍ରକାର ସମାଗ୍ରୀ ଲାଗିଥାଏ ଯାହାକି ପୋଲ ଲୋକଙ୍କୁ ଯୋଡିବାରେ କାମ କରୁଥାଏ ଓ କାନ୍ଥ ଲୋକଙ୍କୁ ଅଲଗା କରିବାରେ କାମ କରୁଥାଏ.. ମନୁଷ୍ୟକୁ ଭଗବାନ ଗୋଟିଏ ପ୍ରକାର ବନେଇଛନ୍ତି କିଏ କେମିତି ବ୍ୟବହାର କରୁଥାଏ ଏହା ତାହାରି ସଂସ୍କାର ଉପରେ ନିର୍ଭର କରିଥାଏ ll

ଖାଇବା ଯେତେ ଭଲ ହୋଇନଥାଉ ଯଦି ଲୁଣ ନ ଥାଏ ତା ସ୍ବାଦ ବେକାର ଠିକ୍ ସେମିତି ମଣିଷ ଜଦି, ରୂପ ଓ ଗୁଣରେ ଧନୀ ହୋଇଥିଲେ କଣ ହେବ ଯଦି ତାଙ୍କ ଭିତରେ ସ୍ନେହ ଶ୍ରଦ୍ଧା ଓ ଭଲପାଇବା ନ ଥାଏ ସେ ସବୁ ମୂଲ୍ୟହୀନ ହୋଇଥାଏ ସେହି ମଣିଷର କୌଣସି ମାନେ ହିଁ ନ ଥାଏ ll
ପବନ ଯେତେ ପ୍ରଖର ହେଲେ ମଧ୍ୟ୍ୟ ପାହାଡର କୌଣସି କ୍ଷତି କରିପାରେନା,ଠିକ୍ ସେହିପରି ନିନ୍ଦା ହେଉକି ପ୍ରଶଂସା ଜ୍ଞାନୀ ଗୁଣୀଙ୍କ ଉପରେ କୌଣସି ପ୍ରଭାବ ପକାଇପାରେ ନାହିଁ ll

ଅଦ୍ୟ ଜାନୁଆରୀ ମାସ ୦୪ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ପୌଷମାସ-କୃଷ୍ଣପକ୍ଷ
ତିଥି- ଅଷ୍ଟମୀ ରାତ୍ରି ଘ୧୦/୧୧ ପର୍ଯ୍ୟନ୍ତ ତଦନ୍ତେ ନବମୀ
ନକ୍ଷତ୍ର- ହସ୍ତା ସନ୍ଧ୍ୟା ଘ ୦୬/୨୦ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା
ଚନ୍ଦ୍ର-କନ୍ୟା
ଯୋଗ- ଶୋଭନ
କରଣ – ବଳବ
ସୌରମାସ- ଧନୁ ୨୦ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୬/୫୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୭/୩୯
*✧═════•❁❀
ଯୋଗିନୀ ଐଶାନ୍ୟେ ରାତ୍ରି ଘ୧୦/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବୃଷ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୨/୩୫ ଗତେ ଘ୦୫/୧୮ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୮/୦୨ ମଧ୍ୟେ ଓ ରାତ୍ରି ଘ୦୬/୦୫ ଗତେ ଘ ୦୯/୧୭ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ
═✧══•❁❀❁•═════

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।
✧═════•❁❀❁•═════✧
ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।
✧═════•❁❀❁•═════✧
ମିଥୁନ-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।
✧═════•❁❀❁•═════✧
କର୍କଟ -ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।
✧═════•❁❀❁•═════✧
ସିଂହ -ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।
✧═════•❁❀❁•═════✧
କନ୍ୟା -ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।
✧═════•❁❀❁•═════✧
ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।
✧═════•❁❀❁•═════✧
ବିଛା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।
✧═════•❁❀❁•═════✧

ଧନୁ -ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।
✧═════•❁❀❁•═════✧
ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।
✧═════•❁❀❁•═════✧
କୁମ୍ଭ -ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।

✧═════•❁❀❁•═════✧
ମୀନ-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking