28.1 C
Bhubaneswar
Friday, September 20, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ନିଜ ସ୍ବାର୍ଥ ପାଇଁ ନିଜେ ହୁସିଆର*
ପର ପାଇଁ ଭୟଙ୍କର,
ଗଢିବାକୁ ଯିଏ ଦେଇନାହିଁ ମନ
ହେବନାହିଁ ସେ ନିଜର ।

ସତ କହିଲେ ହୁଏତ ଅନେକ ତୁମ ପାଖରେ ରହିବେ ନାହିଁ ତଥାପି ବି ତୁମେ ସତ ର ସଙ୍ଗ ଛାଡ଼ ନାହିଁ କାରଣ ସତ ମଣିଷକୁ ମୁକ୍ତି ଦିଏ ଆଉ ମିଛ ମଣିଷକୁ ଧ୍ବଂସ କରେ ।

ମାଆ ହୁଏତ ଲେଖା ପଢା ଯାଣେ ନାହିଁ କିନ୍ତୁ ଦୁନିଆଁର ସବୁଠାରୁ ଜରୁରୀ କଥା ଆମକୁ ମାଆ ହିଁ ଶିଖେଇ ଥାଏ ।
*ସମସ୍ତଙ୍କ ମଧ୍ୟରେ Ability ଅଛି କେବଳ Difference ହେଉଛି ଯେ, କାହା ପାଖରେ ଲୁଚି ରହିଥାଏ ଏବଂ କାହାର ପ୍ରସାରିତ ହୋଇ ଯାଇଥାଏ ।

କାର୍ଯ୍ୟ କରିଚାଲନ୍ତୁ….

ସଫଳ ହେଲେ ଆତ୍ମୀୟ ଖୁସି ଓ ବିଫଳତା ପାଇଲେ ନିନ୍ଦୁକ ଖୁସି….

ଆଗେଇ ଚାଲିବାକୁ ତ ପଡ଼ିବ, ଖୁସି ବାଣ୍ଟିବାରେ ଆନନ୍ଦ ହି ଆନନ୍ଦ….

ଶ୍ରୀ ଜଗନ୍ନାଥ ଶରଣଂ

ଅଦ୍ୟ ଫେବୃଆରୀ ମାସ ୦୪ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାଘମାସ- କୃଷ୍ଣପକ୍ଷ
ତିଥି- ନବମୀ ସନ୍ଧ୍ୟା ଘ୦୫/୪୫ ପର୍ଯ୍ୟନ୍ତ ତଦନ୍ତେ ଦଶମୀ
ନକ୍ଷତ୍ର- ବିଶାଖା ପ୍ରାତଃ ଘ୦୭/୫୯ ପର୍ଯ୍ୟନ୍ତ ତଦନ୍ତେ ଅନୁରାଧା
ଚନ୍ଦ୍ର- ବିଛା
ଯୋଗ- ବୃଦ୍ଧି
କରଣ – ଗର
ସୌରମାସ- ମକର ୨୧ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୫/୦୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୭/୧୯
*✧═════•❁❀
ଯୋଗିନୀ ପୁର୍ବେ ସନ୍ଧ୍ୟା ଘ୦୫/୪୫ ଗତେ ଉତ୍ତରେ
ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୩୫ ଗତେ ଘ୦୧/୨୪ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୧୧ ଗତେ ଘ୧୦/୨୩ ମଧ୍ୟେ ଓ ରାତ୍ରି ଘ୦୭/୧୩ ଗତେ ଘ୦୮/୫୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୧୧ ମଧ୍ୟେ ଓ ଘ୦୧/୩୩ ଗତେ ଘ୦୨/୨୪ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଲାଉ ସନ୍ଧ୍ୟା ଘ୦୫/୪୪ ଗତେ କଳମଶାଗ ଭକ୍ଷଣ ନିଷେଧ
═✧══•❁❀❁•═════✧ ✧═════•❁❀❁•═════✧
ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
✧═════•❁❀❁•═════✧
ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
✧═════•❁❀❁•═════✧
ମିଥୁନ : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।
✧═════•❁❀❁•═════✧
କର୍କଟ : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।
✧═════•❁❀❁•═════✧
ସିଂହ: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।
✧═════•❁❀❁•═════✧
କନ୍ୟା: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

✧═════•❁❀❁•═════✧
ତୁଳା: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।
✧═════•❁❀❁•═════✧
ବିଛା: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
✧═════•❁❀❁•═════✧
ଧନୁ : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
✧═════•❁❀❁•═════✧
ମକର : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
✧═════•❁❀❁•═════✧
କୁମ୍ଭ : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
✧═════•❁❀❁•═════✧
ମୀନ : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking