28.1 C
Bhubaneswar
Sunday, September 8, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ମଣିଷର ପ୍ରକୃତି *-ସ୍ଵାର୍ଥ ପୂରଣ ହେଲେ-ଛାଡି ଚାଲିଯାଏ ,
,ବିଶ୍ବାସ କଲେ-କ୍ଷତି କରେ ,ପ୍ରଶୟ ଦେଲେ-ମୁଣ୍ଡରେ ଚଢେ,କ୍ଷମା ଦେଲେ-ଦୁର୍ବଳ ଭାବେ ,ସୁଖ ଦେଖିଲେ-ହିଁସା କରେ ,ଭଲ ପାଇଲେ-ଅବିଶ୍ୱାସ କରେ ,ସତ କହିଲେ – ମିଛ ଭାବେ ,ସ୍ଵାର୍ଥ ଥିଲେ-ଆପଣାର ହୋଇଥାଏ ,ଆଦର କଲେ-ଖୋସାମତି ଭାବେ ,ସଦ୍ ପଦେଶ ଦେଲେ-ମୁହଁ ବୁଲାଏ ,ସାହାଯ୍ଯ ମାଗିଲେ-ଉପଦେଶ ଦିଏ ll
ତୁମେ ପାଇଥିବା ବିଡାଏ ପ୍ରମାଣପତ୍ର,ଆଲମାରୀଏ ଟ୍ରଫି,ଶହେ ସମ୍ମାନ ସନନ୍ଦ,ଶହେ ସାତ ସମ୍ବର୍ଦ୍ଧନା ପତ୍ର,ଲୋକ ଦେଖାଣିଆ ଶହେ ଆଠ ବେଲପତ୍ର ଚଢା ପୂଜା ସବୁକିଛି ମୂଲ୍ୟହୀନ ଯଦି ତୁମ ପାଖରେ ସୁଆଚରଣ,ଉଦାରତା,ଶାଳୀନତା,ଶୃଙ୍ଖଳା ବୋଧ,ସଂସ୍କାର,ନୈତିକତା,ଆଧ୍ୟାତ୍ମିକତା ବୋଧ ନାହିଁ;; ଗୁରୁ,ଗୁରୁଜନ,ଜ୍ଞାନୀ,ଗୁଣୀଙ୍କୁ ଆଦର ସମ୍ମାନ ବୋଧ ନାହିଁ:- କାରଣ ଏସବୁ ତ ତୁମର ଅସଲ ପ୍ରମାଣପତ୍ର,ସମ୍ବର୍ଦ୍ଧନା,ପୂଜା ଆଉ ପଦ୍ମଶ୍ରୀ କି ନୋବେଲ ପୁରସ୍କାରର ଚମକପ୍ରଦ ଚିହ୍ନ ll ଭାଗ୍ୟ ଉପରେ ନିର୍ଭର କରି ନିକମା ହୋଇ ବସି ରହିଲେ କିଛି ଲାଭ ନାହିଁ । କର୍ମ କରିବାହିଁ ପରମଧର୍ମ,ଭାବନା ଓ ଶ୍ରଦ୍ଧାର ଅନ୍ୟ ନାମ ଶକ୍ତି ବା ଦେବତା !!

ଅଦ୍ୟ ଫେବୃଆରୀ ମାସ ୨୨ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାଘମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ଦିବା ଘ ୦୧/୨୮ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ପୂଷ୍ୟା ଦିବା ଘ୦୫/୩୧ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ- ସୌଭାଗ୍ୟ
କରଣ – ତୈତିଳ
ସୌରମାସ- କୁମ୍ଭ ୧୦ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୧୫/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୬/୦୯
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୦୧/୨୭ ଗତେ ପଶ୍ଚିମେ
ତ୍ରୟୋଦଶୀ ର ଏକୋଦିଷ୍ଟ ଶ୍ରାଦ୍ଧ
ତୁଳା ଓ କୁମ୍ଭ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୨/୫୫ ଗତେ ଘ୦୫/୪୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ରାତ୍ରି ଘ୧୨/୫୮ ଗତେ ଘ୦୩/୦୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୫୧ ମଧ୍ୟେ ଓ ଘ୧୧/୦୨ ଗତେ ଘ୧୨/୫୭ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବାଇଗଣ ଦିବା ଘ୦୧/୨୮ ଗତେ ବିରି ଭକ୍ଷଣ ନିଷେଧ
═✧══•❁❀❁•════
✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
✧═════•❁❀❁•═════✧
ବୃଷ
ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।*
✧═════•❁❀❁•═════✧
ମିଥୁନ
କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।*
✧═════•❁❀❁•═════✧
କର୍କଟ
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।*
✧═════•❁❀❁•═════✧
ସିଂହ
ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════✧
କନ୍ୟା
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।*
✧═════•❁❀❁•═════✧
ତୁଳା
କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।**✧═════•❁❀❁•═════

ବିଛା
ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════✧
ଧନୁ:ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।

✧═════•❁❀❁•═════✧
ମକର
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।*
✧═════•❁❀❁•═════✧
କୁମ୍ଭ: ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।*
✧═════•❁❀❁•═════✧
ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking