33.1 C
Bhubaneswar
Saturday, April 27, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ସମ୍ପଦ କାଳେ ବହୁ ସଖା
ବିପଦେ ନ ଦିଅନ୍ତି ଦେଖା,
ବିପଦେ ମିଳେ ଯା’ର ଦେଖା
ସେ ଏକା ବନ୍ଧୁ ଭାବେ ଲେଖା,
ତା’ସାଥେ ଭାବ ରଖ ପକା,
ଜୀବନେ ନ ଖାଇବ ଧୋକା ।

କବାଟ ବାଟ ଦେଇ ଚାଲି ଯାଇଥିବା ମଣିଷକୁ ବାଟକୁ ଆଣିହୁଏ, ହେଲେ ବଦଳି ଯାଇଥିବା ମଣିଷକୁ ନୁହେଁ ।

ମଣିଷ ହିଁ ମଣିଷର ଭୁଲ୍ କୁ ସୁଧାରି ଦିଏ ନାହିଁ ବରଂ ସେହି ଭୁଲ୍ କୁ ଧରି ଝଗଡ଼ା ଆରମ୍ଭ କରେ ।

ଆଜି ଯାହାର Value ଏବେ ତୁମ ପାଖରେ ନାହିଁ, କାଲି ହୁଏତ ତା’ର ସବୁଠାରୁ ବେଶୀ ଆବଶ୍ୟକତା ପଡ଼ିପାରେ। ମନେ ରଖନ୍ତୁ Time କିଛି ବି କରିପାରେ ।

ରାଗ ଏମିତି ଗୋଟେ ଜିନିଷ ଯାହା ଆସିଲା ବେଳେ ଏକା ଆସିଥାଏ….

କିନ୍ତୁ

ଯିବା ବେଳେ ମଣିଷର ବିବେକ, ବୁଦ୍ଧି ଓ ସମ୍ମାନ ସବୁକିଛି ସାଥିରେ ନେଇଯାଇଥାଏ … ତେଣୁ ସାବଧାନ ନିଜ ରାଗକୁ ଆୟତରେ ରଖିବା ଶିଖନ୍ତୁ….

ଅଦ୍ୟ ମାର୍ଚ୍ଚ ମାସ ୨୩ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ଦିବା ଘ୦୭/୩୧ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ପୂର୍ବା ଫା
ଚନ୍ଦ୍ର-ସିଂହ
ଯୋଗ- ଶୂଳ
କରଣ – ତୈତିଳ
ସୌରମାସ- ମୀନ ୧୦ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୫୨/୪୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୫/୪୯
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୦୭/୩୧ ଗତେ ପଶ୍ଚିମେ
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଦିବା ଘ୦୭/୨୦ ମଧ୍ୟେ ଓ ଘ୦୪/୨୬ ଗତେ ଘ୦୫/୫୭ ମଧ୍ୟେ
ବାରବେଳା – ଦିବା ଘ୦୧/୧୬ ଗତେ ଘ୦୨/୫୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୯/୫୧ ଗତେ ଘ୦୨/୪୦ ମଧ୍ୟେ ଓ ଘ୦୪/୧୫ ଗତେ ଘ୦୧/୦୨ ମଧ୍ୟେ ରାତ୍ରି ଘ୧୦/୪୫ ଗତେ ଘ୧୨/୨୨ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବିରି ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
✧═════•❁❀❁•═════✧
ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════✧
ମିଥୁନ: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।
✧═════•❁❀❁•═════✧
କର୍କଟ: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
✧═════•❁❀❁•═════✧
ସିଂହ: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।
✧═════•❁❀❁•═════✧
କନ୍ୟା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
✧═════•❁❀❁•═════✧
ତୁଳା କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════✧
ବିଛା: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।
✧═════•❁❀❁•═════✧
ଧନୁ: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
✧═════•❁❀❁•═════✧
ମକର: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।
✧═════•❁❀❁•═════✧
କୁମ୍ଭ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।
✧═════•❁❀❁•═════✧
ମୀନ: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking