27.1 C
Bhubaneswar
Saturday, July 27, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

* ପୂର୍ବାଭାଷ ଆଉ ବର୍ତ୍ତମାନ ସ୍ଥିତି*
ହୃଦେ ନ ଭାବି ନ ଚିନ୍ତି,
କୌଣସି କାର୍ଯ୍ୟରେ ହସ୍ତକ୍ଷେପ କଲେ
ହୋଇପାରେ ଆତ୍ମଘାତୀ ।

ଯାହା ତୁମର ନୁହେଁ ତାହା କଦାପି ତୁମକୁ ମିଳିବ ନାହିଁ, ଯାହା ତୁମକୁ ପାଇବାର ଅଛି କେହି ତୁମ ଠୁଁ ଦୂରେଇ ପାରିବେ ନାହିଁ ।

ବେଳେ ବେଳେ ସମୟ ଆଣିକି ଏମିତି ଜାଗାରେ ପହଞ୍ଚାଇ ଦିଏ ଯେ ବୁଦ୍ଧିମାନ ବି ଉପାୟ ଶୂନ୍ୟ ହୋଇ ପଡ଼େ ।

ଏଇ ଜୀବନ ଏକ Stage …..
Scientist ଖୋଜୁଛନ୍ତି ମଙ୍ଗଳ ଗ୍ରହରେ ଜୀବନ ଅଛି କି ନାହିଁ ଆଉ ଆମେ ଖୋଜୁଛନ୍ତି ଜୀବନର ମଙ୍ଗଳ ଅଛି କି ନାହିଁ ।

ଯେତେବେଳେ ଆମେ ବହିରୁ କିଛି ଶିଖୁଥିଲେ ବହୁତ ନିଦ ଆସୁଥିଲା….

କିନ୍ତୁ ଏବେ ଜୀବନ ଆମକୁ ଏମିତି ଶିକ୍ଷା ଦେଉଛି ଯେ ରାତିର ନିଦ ଉଡ଼ି ଯାଉଛି….

ଅଦ୍ୟ ଅପ୍ରେଲ ମାସ ୦୯ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଚୈତ୍ରମାସ- ଶୁକ୍ଳପକ୍ଷ
ତିଥି- ପ୍ରତିପଦ ରାତ୍ରି ଘ ୦୮/୨୭ ଗତେ ଦ୍ଵିତୀୟା
ନକ୍ଷତ୍ର- ରେବତୀ ଦିବା ଘ୦୮/୦୪ ଗତେ ଅଶ୍ଵିନୀ
ଚନ୍ଦ୍ର- ମୀନ ଦିବା ଘ୦୮/୦୪ ଗତେ ମେଷ
ଯୋଗ- ବୈଧୃତି
କରଣ – କିଂସ୍ତୁଗ୍ନ
ସୌରମାସ- ମୀନ ୨୭ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୮/୩୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୫୫
*✧═════•❁❀
ଯୋଗିନୀ ପୁର୍ବେ ରାତ୍ରି ଘ୦୮/୨୮ ଗତେ ଉତ୍ତରେ
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶି ର ଘାତଚନ୍ଦ୍ର
ମକର ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୧/୧୭ ଗତେ ଘ୦୨/୫୨ମଧ୍ୟେ
ବାରବେଳା – ଦିବା ଘ୦୭/୦୯ ଗତେ ଘ୦୮/୪୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୮/୪୪ଗତେ ଘ୧୦/୨୫ ମଧ୍ୟେ ଓ ଘ୧୨/୪୮ ଗତେ ଘ୦୧/୧୬ ମଧ୍ୟେ ଓ ଘ୦୩/୧୩ଗତେ ଘ୦୪/୪୯ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ*
✧═════•❁❀❁•═════✧
ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
✧═════•❁❀❁•═════✧
ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════✧
କର୍କଟ: ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
✧═════•❁❀❁•═════✧
ସି˚ହ: ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
✧═════•❁❀❁•═════✧
କନ୍ୟା: ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════✧
ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════✧
ବିଛା: କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
✧═════•❁❀❁•═════✧
ଧନୁ: ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
✧═════•❁❀❁•═════✧
ମକର: ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
କୁମ୍ଭ:ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
✧═════•❁❀❁•═════✧
ମୀନ:ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking