33.1 C
Bhubaneswar
Tuesday, May 21, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ପର ଉପକାର ପର ସୁଚିନ୍ତାରେ
ଲାଗଇ ଯାହାର ମନ,
ପ୍ରଭୁ ଚକ୍ରଧର ଦୁଃଖ ନାଶ କରି
ଦିଅନ୍ତି ସୁଖି ଜୀବନ ।

ଖରାପ୍ କର କିମ୍ବା ଭଲ କର…..
ସମସ୍ତ କର୍ମର ଫଳ ଏହି ପୃଥିବୀରେ ହିଁ ଭୋଗିବାକୁ ପଡ଼ିବ କାହିଁକି ନା ସମୟ କାହାକୁ ବି କ୍ଷମା କରେନି ।

ଜୀବନରେ କେବେ ଧନ ଦୌଲତକୁ ନେଇ ଅହଙ୍କାର କରନ୍ତୁ ନାହିଁ, କିଏ ଜାଣିଛି କାଲିକି ସେଇ ଧନ ଗୋଟେ ଘାଆକୁ ନିଅଣ୍ଟ ହୋଇପାରେ ।

ଦୁନିଆଁର ସବୁଠାରୁ Expensive ଜିନିଷ ଲୁହ ହୋଇଥାଏ, ଯେଉଁଥିରେ 1% ପାଣି ଆଉ 99% Feelings ଲୁଚିକରି ଥାଏ । ଯେଉଁଟା କି କାହାକୁ ଦେଖା ହିଁ ଯାଏନି ।
ଦୁନିଆରେ କିଛି ଲୋକ ଏମିତି ବ୍ୟବହାର କରନ୍ତି ଯେମିତି ସେ ଆପଣଙ୍କୁ ସାହାଯ୍ୟ କରୁଛନ୍ତି….

କିନ୍ତୁ ବାସ୍ତବତା କିଛି ଅଲଗା ହୋଇଥାଏ….

ଅଦ୍ୟ ମଇ ମାସ ୦୧ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ବୈଶାଖମାସ- କୃଷ୍ଣପକ୍ଷ
ତିଥି- ସପ୍ତମୀ ପ୍ରାତଃ ଘ୦୫/୩୪ ଗତେ ଅଷ୍ଟମୀ
ନକ୍ଷତ୍ର- ଶ୍ରବଣା ରାତ୍ରି ଘ୦୩/୫୭ ଗତେ ଧନୀଷ୍ଟା
ଚନ୍ଦ୍ର- ମକର
ଯୋଗ- ଶୁଭ
କରଣ – ବବ
ସୌରମାସ- ମେଷ ୧୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୨୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୭/୦୭
*✧═════•❁❀
ଯୋଗିନୀ ବାୟବ୍ୟେ ପ୍ରାତଃ ଘ୦୫/୫୪ ଗତେ ଐଶାନ୍ୟେ
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ସିଂହ ରାଶିର ଘାତଚନ୍ଦ୍ର
କର୍କଟ ରାଶି ର ଘାତବାର
ଅଦ୍ୟ ମୃତେ ପ୍ରାତଃ ଘ୦୫/୫୪ ମଧ୍ୟେ ଏକ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୮/୨୫ ଗତେ ଘ୧୦/୦୦ ମଧ୍ୟେ
ବାରବେଳା – ଦିବା ଘ୧୧/୪୧ ଗତେ ଘ୦୧/୨୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୫ ମଧ୍ୟେ ଓ ରାତ୍ରି ଘ୦୬/୫୫ ଗତେ ଘ୦୯/୨୦ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୪୩ ଗତେ ଘ୦୫/୨୦ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ

ଆଜିର ରାଶିଫଳ
✧═════•❁❀❁•═════✧
ମେଷ
ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।*
✧═════•❁❀❁•═════✧
ବୃଷ
ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।*
✧═════•❁❀❁•═════✧
ମିଥୁନ
ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।*
✧═════•❁❀❁•═════✧
କର୍କଟ
ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।*
✧═════•❁❀❁•═════✧
ସିଂହ
ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ*
✧═════•❁❀❁•═════✧
କନ୍ୟା
ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।*
✧═════•❁❀❁•═════✧
ତୁଳା
ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।*
✧═════•❁❀❁•═════✧
ବିଛା
ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।*
✧═════•❁❀❁•═════✧
ଧନୁ
ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍‌ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।*
✧═════•❁❀❁•═════✧
ମକର
ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।*
✧═════•❁❀❁•═════✧
କୁମ୍ଭ
ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।*
✧═════•❁❀❁•═════✧
ମୀନ
-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking