32.1 C
Bhubaneswar
Sunday, May 26, 2024
Homeଓଡିଶାଆଜିର ଅନୁଚିନ୍ତା _

ଆଜିର ଅନୁଚିନ୍ତା _

ବିଶ୍ୱସ୍ତତା ସାଥେ ସୁବୁଦ୍ଧି ବିଚାର*
ପ୍ରତିଷ୍ଠାନେ ମହାମନ୍ତ୍ର,
ପରିଚାଳନାର ସୁଦୃଢ଼ ଆଇନ
ଆର୍ଥିକ ବିକାଶ ସୂତ୍ର ।

ବିଶ୍ୱାସ ହିଁ ମଣିଷକୁ ନିୟନ୍ତ୍ରଣ କରେ….।

ନିଜ ସ୍ବପ୍ନକୁ ସାକାର କରିବା ପାଇଁ ଜୀବନର ଆଧାରକୁ କେବେ ବି ଅଣଦେଖା କରନ୍ତୁ ନାହିଁ କାହିଁକି ନା ଯଦି ଜୀବନର ଆଧାର ହଜିଯିବ ତେବେ ସ୍ବପ୍ନ ବି ସବୁଦିନ ପାଇଁ ଅଧୁରା ରହିଯିବ ।

Stupid ଙ୍କୁ ଜବାବ୍ ଦିଅ ନାହିଁ, Wise ଲୋକଙ୍କୁ ଆଘାତ ଦିଅ ନାହିଁ, Good People ଙ୍କୁ ହାତ ଛଡ଼ା କରନ୍ତୁ ନାହିଁ ଆଉ Bad guy ଙ୍କ ସହିତ ରୁହନ୍ତୁ ନାହିଁଁ । .
ହସ ଓ ନିରବତା ଏ ଦୁଇଟି ଭାରି ଶକ୍ତିଶାଳୀ ଅସ୍ତ୍ର….

କାହିଁକିନା

ହସ ଦ୍ବାରା ବହୁ ଅସୁବିଧାର ସମାଧାନ ହୋଇଯାଉଥିବା ବେଳେ ନିରବତା ଦ୍ବାରା ବହୁ ଅସୁବିଧାକୁ ଅଣଦେଖା କରି ହୋଇଥାଏ…

ଅଦ୍ୟ ମଇ ମାସ ୧୪ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ବୈଶାଖମାସ- ଶୁକ୍ଳପକ୍ଷ
ତିଥି- ସପ୍ତମୀ ରାତ୍ରି ଘ୦୪/୧୦ ଗତେ ଅଷ୍ଟମୀ
ନକ୍ଷତ୍ର- ପୂଷ୍ୟା ଦିବା ଘ୦୧/୩୮ ଗତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ- ଗଣ୍ଡ
କରଣ – ଗର
ସୌରମାସ- ବୃଷ ୦୧ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୫/୪୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୧/୩୭
*✧═════•❁❀
ଯୋଗିନୀ ବାୟବ୍ୟେ ରାତ୍ରି ଘ୦୪/୧୦ ଗତେ ଐଶାନ୍ୟେ
ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମକର ରାଶି ର ଘାତବାର
ଅଦ୍ୟ ମୃତେ ଦ୍ଵିପାଦ ଓ ରାତ୍ରି ଘ ୦୪/୧୦ ଗତେ ଏକପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା -ଦିବା ଘ ୦୧/୨୦ ଗତେ ଘ୦୨/୫୮ ମଧ୍ୟେ
ବାରବେଳା – ଦିବା ଘ ୦୬/୫୦ ଗତେ ଘ୦୮/୨୮ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୪୯ ମଧ୍ୟେ ଓ ଘ୦୯/୧୩ ଗତେ ଘ୧୧/୩୯ମଧ୍ୟେ ଓ ଘ୦୩/୦୦ଗତେ ଘ୦୩/୪୮ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୩୯ଗତେ ଘ୦୪/୨୭ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ତାଳ ଭକ୍ଷଣ ନିଷେଧ
═✧══•❁❀❁•═════✧

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।*

✧═════•❁❀❁•═════✧
ବୃଷ
ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।*

✧═════•❁❀❁•═════✧
ମିଥୁନ
ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।*

✧═════•❁❀❁•═════✧
କର୍କଟ
ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।*

✧═════•❁❀❁•═════✧
ସିଂହ
ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।*
✧═════•❁❀❁•═════✧

କନ୍ୟା
ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।*

✧═════•❁❀❁•═════✧
ତୁଳା
ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।*

✧═════•❁❀❁•═════✧
ବିଛା
ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।*

✧═════•❁❀❁•═════✧
ଧନୁ
ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିବିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।*

✧═════•❁❀❁•═════✧
ମକର
ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।*
✧═════•❁❀❁•═════✧
କୁମ୍ଭ
ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking