ମହାଶିକ୍ଷା ଦିଏ କାଲି ଶବ୍ଦଟିଏ
ଭୁଲକୁ ସୁଧାରି ଥାଏ,
ଜଗାଇ ଚେତନା ମଣିଷ ପ୍ରାଣରେ
ଆଗକୁ ବାଟ କଢାଏ ।
କାହାକୁ ବଦନାମ କରି ଖୁସି ହେବା ଉଚିତ୍ ନୁହେଁ କାହିଁକି ନା ସେ ଖୁସି ଭବିଷ୍ୟତରେ ଆମ ଦୁଃଖର କାରଣ ହୋଇ ନ ଯାଉ । କଥାରେ ଅଛି ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ ପାଞ୍ଚନ୍ତି ଗୋବିନ୍ଦ ।
ଛୋଟ ଛୋଟ ଭୁଲ୍ ଠାରୁ ବଞ୍ଚିବାକୁ ପ୍ରୟାସ କର କାହିଁକି ନା ମନୁଷ୍ୟ ବଡ଼ ବଡ଼ ପାହାଡ଼ରୁ ନୁହେଁ ବରଂ ଛୋଟ ଛୋଟ ପଥର କାରଣରୁ ତଳେ ପଡ଼ିଥାଏ ।
*କିଏ ଖରାପ୍ କିଏ ଭଲ ଏ ସବୁ ଆମ ମନ ଉପରେ Depend କରେ, ଆମେ ଯାହାକୁ ଭଲ ପାଉ ତା’ର Demerits ଦେଖୁନା ଆଉ ଯାହାକୁ ଘୃଣା କରୁ ତା’ର Merits ଦେଖୁନା । .
ସମ୍ମାନ ମିଳୁ କି ଅପମାନ ଇଏ ଦୁଇଟା ଯାକ ମଣିଷ ପାଇଁ ଭଳ ହିଁ ହୋଇଥାଏ….
କାରଣ
ସମ୍ମାନ ଆଗକୁ ଯିବା ପାଇଁ ପ୍ରେରଣା ଯୋଗାଇଥାଏ ଆଉ ଅପମାନ ଭଲ ବାଟକୁ ଯିବାକୁ ଶିକ୍ଷା ଦେଇ ଥାଏ….
ଓଶ୍ରୀ ଜଗନ୍ନାଥ ଶରଣ
ଅଦ୍ୟ ମଇ ମାସ ୧୮ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ବୈଶାଖମାସ- ଶୁକ୍ଳପକ୍ଷ
ତିଥି- ଦଶମୀ ଦିବା ଘ୧୧/୨୦ ଗତେ ଏକାଦଶୀ
ନକ୍ଷତ୍ର- ଉତ୍ତରା ଫା ରାତ୍ରି ଘ୦୧/୦୪ ଗତେ ହସ୍ତା
ଚନ୍ଦ୍ର- କନ୍ୟା
ଯୋଗ- ହର୍ଷଣ
କରଣ – ଗର
ସୌରମାସ- ବୃଷ ୦୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୧୧
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୪୭
*✧═════•❁❀
ଯୋଗିନୀ ଉତ୍ତରେ ଦିବା ଘ୧୧/୨୦ ଗତେ ଅଗ୍ନିକୋଣେ
ଏକାଦଶୀ ର ପାର୍ବଣ ଶ୍ରାଦ୍ଧ
ବୃଷ ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
ଅଦ୍ୟ ମୃତେ ଦ୍ଵିପାଦ ଦୋଷ ଓ ରାତ୍ରି ଘ ୦୧/୦୪ ଗତେ ଏକପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୬/୫୨ ମଧ୍ୟେ ଓ ଦିବା ଘ ୦୪/୩୭ ଗତେ ଘ୦୬/୧୫ ମଧ୍ୟେ
ବାରବେଳା – ଦିବା ଘ ୦୧/୨୩ ଗତେ ଘ୦୩/୦୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୩/୦୧ଗତେ ଘ୦୪/୩୬ ମଧ୍ୟେ ଓ ଘ୦୭/୦୧ଗତେ ଘ୦୭/୫୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୯/୧୩ଗତେ ଘ୧୧/୩୬ ମଧ୍ୟେ
═✧*══•❁❀❁•═════✧
*ଅଦ୍ୟ କଳମଶାଗ ଦିବା ଘ୧୧/୨୦ ଗତେ ଶିମ୍ବ ଭକ୍ଷଣ ନିଷେଧ
✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
✧═════•❁❀❁•═════✧
ବୃଷ : ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
✧═════•❁❀❁•═════✧
ମିଥୁନ : ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════✧
କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
✧═════•❁❀❁•═════✧
*ସିଂହ :
ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
✧═════•❁❀❁•═════✧
କନ୍ୟା:
ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।*
✧═════•❁❀❁•═════✧
ତୁଳା :
ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
✧═════•❁❀❁•═════✧
ବିଛା :
କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
✧═════•❁❀❁•═════✧
ଧନୁ : ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
✧═════•❁❀❁•═════✧
ମକର : ଏହି ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
✧═════•❁❀❁•═════✧
କୁମ୍ଭ : ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
✧═════•❁❀❁•═════✧
ମୀନ : କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।