26.1 C
Bhubaneswar
Tuesday, September 17, 2024
Homeଓଡିଶାଆଜିର ଅନୁଚିନ୍ତା _

ଆଜିର ଅନୁଚିନ୍ତା _

ଠକାଠକି ଛାଡ଼ି ସେବା ଭାବ ଧରି*
ମଣିଷ ପଣିଆ ରଖ ,
ଜୀବନର ଅନ୍ତେ ଝୁରୁଥିବେ ଲୋକେ
ଭାଳି ତୋର କର୍ମଯାକ ।

କାହାକୁ କେହି ପସନ୍ଦ ଆସିବା ବହୁତ ସହଜ କିନ୍ତୁ ସବୁଦିନ ପାଇଁ ତାଙ୍କ ପସନ୍ଦ ହୋଇ ରହିବା ବହୁତ କଷ୍ଟ ।

ସମସ୍ୟା ତ ଜୀବନରେ ଆସିବ, ଡରିଲେ କ’ଣ ହେବ, ଜିତିବା ପାଇଁ ଚେଷ୍ଟା କର ହାରିଲେ କ’ଣ ହେବ ।

ଜନସାଧାରଣଙ୍କୁ କିଛି Free ରେ ଦିଅ ନାହିଁ, କେବଳ ଶିକ୍ଷା, ନ୍ୟାୟ ଆଉ ସ୍ବାସ୍ଥ୍ୟ ସେବା Free ରେ ଦିଅ । Free ଅଭ୍ୟାସ ଲୋକଙ୍କୁ ଅଳସୁଆ ଆଉ ଦେଶର ପ୍ରଗତିକୁ ଦୁର୍ବଳ କରି ଦିଏ ।

ଯୁକ୍ତିଠାରୁ ନିରବତା ଭଲ, ପ୍ରତିଶୋଧ ନେବା ଠାରୁ ରାସ୍ତା ବଦଳେଇ ଦେବା ଭଲ…
ଆଉ
ସ୍ୱାର୍ଥବାଦୀ ମଣିଷ ସହିତ ଚାଲିବା ଅପେକ୍ଷା ଏକା ଚାଲିବା ଭଲ….*

ଅଦ୍ୟ ମଇ ମାସ ୨୧ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ବୈଶାଖମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ଅପରାହ୍ନ ଘ୦୫/୨୮ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ଚିତ୍ରା ଘ୦୬/୧୯ ଗତେ ସ୍ଵାତୀ
ଚନ୍ଦ୍ର-ତୁଳା
ଯୋଗ- ବ୍ୟତିପାତ
କରଣ – ତୈତିଳ
ସୌରମାସ- ବୃଷ ୦୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୨୧
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୪/୦୭
*✧═════•❁❀
ଯୋଗିନୀ ଦକ୍ଷିଣେ ଅପରାହ୍ନ ଘ୦୫/୨୮ ଗତେ ପଶ୍ଚିମେ
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମକର ରାଶି ର ଘାତବାର
ଅଦ୍ୟ ମୃତେ ଏକପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା -ଦିବା ଘ ୦୧/୨୪ ଗତେ ଘ୦୩/୦୨ମଧ୍ୟେ
ବାରବେଳା – ଦିବା ଘ ୦୬/୫୦ ଗତେ ଘ୦୮/୨୬ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୪୯ ମଧ୍ୟେ ଓ ଘ୦୯/୧୨ ଗତେ ଘ୧୨/୪୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୩୫ ଗତେ ଘ୦୪/୨୫ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବାଇଗଣ ଅପରାହ୍ନ ଘ୦୫/୨୮ ଗତେ ବିରି ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶଫଳ
✧═════•❁❀❁•═════✧
🌷ମେଷ🌷👉ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
✧═════•❁❀❁•═════✧
ବୃଷ
ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।*
✧═════•❁❀❁•═════✧
ମିଥୁନ
କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।*
✧═════•❁❀❁•═════✧
କର୍କଟ
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।*
✧═════•❁❀❁•═════✧
ସିଂହ
ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════✧
କନ୍ୟା
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।*
✧═════•❁❀❁•═════✧
ତୁଳା
କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।**✧═════•❁❀❁•═════

ବିଛା
ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════✧
ଧନୁ
ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।*
✧═════•❁❀❁•═════✧
ମକର
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।*
✧═════•❁❀❁•═════✧
କୁମ୍ଭ
ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।*
✧═════•❁❀❁•═════✧
ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking