32.1 C
Bhubaneswar
Saturday, June 22, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

* ଯୋଗ୍ୟତାବିହୀନ ପଦବୀଧାରୀଙ୍କ
ଖାଲି ନୁହେଁ ହଟହଟା,
ଭ୍ରମ ବିଚାରରେ ଅଶାନ୍ତ-ଝଡ଼ ବି
ବ୍ୟବସ୍ଥା ହୁଏ ହୀନସ୍ତା ।

ଏପରି କାହାକୁ କିଛି କଥା ଦିଅନ୍ତୁ ନାହିଁ ଯେ ଆପଣଙ୍କୁ ବିଧର୍ମୀଙ୍କ ଆଗରେ ନତମସ୍ତକ ହେବାକୁ ପଡିବ ।

ମିଛ…….
ମଣିଷକୁ କଷ୍ଟ ଦିଏ….।

ଆପଣ ଯେତେ Strong ହୁଅନ୍ତୁ ନା କାହିଁକି, ଯଦି ଆପଣ ଅଧର୍ମର ସାଥିରେ ଅଛନ୍ତି, ତେବେ ଆପଣଙ୍କ ବିଦ୍ୟା, ଅସ୍ତ୍ର-ଶସ୍ତ୍ର,,ଶକ୍ତି ଏବଂ ବରଦାନ ସବୁ Inconclusive ହୋଇଯିବ ।
ବର୍ଷା ର ଛୋଟ ଛୋଟ ବୁନ୍ଦା ଲଗାତାର ବରଷିବା ଫଳରେ ଯେପରି ନଦୀ ହୋଇ ବହି ଯାଇଥାଏ….

ଠିକ୍ ସେହିପରି

ମଣିଷର ଛୋଟ ଛୋଟ ପ୍ରୟାସ ମଧ୍ଯ ଜୀବନରେ ବଡ଼ ପରିବର୍ତ୍ତନ ଆଣି ଦେଇପାରେ….
ଏକତା ହିଁ ଶକ୍ତି
ଓ ଶ୍ରୀ ଜଗନ୍ନାଥ ଶରଣଂ

ଅଦ୍ୟ ଜୁନ୍ ମାସ ୦୯ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଜ୍ୟେଷ୍ଠ ମାସ- ଶୁକ୍ଳପକ୍ଷ
ତିଥି- ତୃତୀୟା ଦିବା ଘ୦୩/୩୪ ଗତେ ଚତୁର୍ଥୀ
ନକ୍ଷତ୍ର- ପୁନର୍ବସୁ ରାତ୍ରି ଘ୦୮/୫୧ ଗତେ ପୂଷ୍ୟା
ଚନ୍ଦ୍ର- ମିଥୁନ ଦିବା ଘ୦୨/୪୧ ଗତେ କର୍କଟ
ଯୋଗ- ବୃଦ୍ଧି
କରଣ – ଗର
ସୌରମାସ- ବୃଷ ୨୭ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୫୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୧୯
*✧═════•❁❀
ଯୋଗିନୀ ଅଗ୍ନିକୋଣେ ଦିବା ଘ୦୩/୩୪ ଗତେ ନୈରୁତେ
ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶି ର ଘାତବାର
ଅଦ୍ୟ ମୃତେ ଦ୍ଵିପାଦ ପୁଷ୍କରଦୋଷ ଓ ରାତ୍ରି ଘ ୦୮/୫୦ ଗତେ ଏକ ପାଦପୁଷ୍କରଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୦୫ ଗତେ ଘ୦୧/୨୧ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୪୭ଗତେ ଘ୦୯/୧୨ ମଧ୍ୟେ ଓ ଘ୦୧/୨୨ ଗତେ ଘ୦୨/୦୧ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୩୬ ଗତେ ଘ୦୪/୨୪ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ପୋଟଳ କଖାରୁ ଦିବା ଘ୦୩/୩୪ ଗତେ ମୂଳା ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।*
✧═════•❁❀❁•═════✧
ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।*
✧═════•❁❀❁•═════✧
ମିଥୁନ-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।*
✧═════•❁❀❁•═════✧
କର୍କଟ -ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।
✧═════•❁❀❁•═════✧
ସିଂହ -ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।
✧═════•❁❀❁•═════✧
କନ୍ୟା -ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।
✧═════•❁❀❁•═════✧
ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।
✧═════•❁❀❁•═════✧
ବିଛା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।
✧═════•❁❀❁•═════✧

ଧନୁ -ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।
✧═════•❁❀❁•═════✧
ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।
✧═════•❁❀❁•═════✧
କୁମ୍ଭ -ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।

✧═════•❁❀❁•═════✧
ମୀନ-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking