32.1 C
Bhubaneswar
Saturday, June 22, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଲୋକେ କୁହନ୍ତି କେହି ଜଣେ ଚାଲିଗଲେ ଜୀବନ ତା’ ପାଇଁ ଅଟକି ଯାଏନାହିଁ ।କିନ୍ତୁ ସମସ୍ତଙ୍କ ଜୀବନରେ ଏମିତି ଜଣେ ଥାଏ ଯାହାର ଜାଗା ଆଉ କେହି ନେଇ ପାରିବେ ନାହିଁ ।

ରାଶିଫଳ ଉପରେ ବିଶ୍ବାସ ନକରି ନିଜର କର୍ମଫଳ ଉପରେ ବିଶ୍ବାସ କରନ୍ତୁ , କାହିଁକିନା ରାଶି ତ ରାମ ଆଉ ରାବଣର ମଧ୍ୟ ଗୋଟିଏ ଥିଲା କିନ୍ତୁ ନିୟତି ସେମାନଙ୍କ କର୍ମ ଅନୁସାରେ ହିଁ ଫଳ ପ୍ରଦାନ କରିଥିଲା ।”

ସ୍ବର୍ଗ ମର୍ତ୍ତ୍ୟ ବୋଲି କିଛି ନାହିଁ ।ଏଇଠି ସ୍ବର୍ଗ ଏଇଠି ନର୍କ । ଭଲ କାମ କଲେ ସ୍ଵର୍ଗ ସୁଖ ମିଳେ । ମନ୍ଦ କାମ ପାଇଁ ନର୍କ ଯନ୍ତ୍ରଣା ସହିବାକୁ ପଡିଥାଏ ।

ତାଙ୍କ ପାଇଁ ସକାଳ ହୋଇନଥାଏ ଯିଏ ଜୀବନରେ କିଛି ପାଇବାର ଆଶା ଛାଡ଼ିଦେଇଛି । ସକାଳ ତାଙ୍କ ପାଇଁ ହୋଇଥାଏ, ଯିଏ ବାରମ୍ବାର ପରାଜୟ ପରେବି କିଛି ପାଇବାର ଆଶା ରଖିଥାଏ ।

“ଆସନ୍ତାକାଲି ଠାରୁ କରିବା” ଏହି Ward ଗୁଡିକ ଆପଣଙ୍କୁ କେବେ Success ହେବାକୁ ଦେବ ନାହିଁ !!”

ଯିଏ ନଇଁ ପଡେ ସିଏ ଦୂର୍ବଳ ନୁହେଁ….

ବରଂ

ସମ୍ପର୍କର ମୂଲ୍ଯ ସିଏ ଅନ୍ୟମାନଙ୍କ ଠାରୁ ବେଶୀ ବୁଝି ଥାଏ….

ଅଦ୍ୟ ଜୁନ୍ ମାସ ୧୫ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଜ୍ୟେଷ୍ଠ ମାସ- ଶୁକ୍ଳପକ୍ଷ
ତିଥି- ନବମୀ ରାତ୍ରି ଘ୦୨/୨୮ ଗତେ ଦଶମୀ
ନକ୍ଷତ୍ର- ଉତ୍ତରା ଫାଲଗୁନୀ ଦିବା ଘ ୦୮/୩୬ ଗତେ ହସ୍ତା
ଚନ୍ଦ୍ର-କନ୍ୟା
ଯୋଗ- ବ୍ୟତିପାତ
କରଣ – ବାଳବ
ସୌରମାସ- ମିଥୁନ ୦୧ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୧୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୦୯
*✧═════•❁❀
ଯୋଗିନୀ ପୂର୍ବେ ରାତ୍ରି ଘ୦୨/୨୮ ଗତେ ଉତ୍ତରେ
ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବୃଷ ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
ଅଦ୍ୟ ମୃତେ ଦ୍ଵିପାଦ ଦୋଷ ଦିବା ଘ ୦୮/୫୫ ଗତେ ଏକପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୬/୫୦ ମଧ୍ୟେ ଓ ଦିବା ଘ୦୪/୪୪ଗତେ ଘ୦୬/୨୪ ମଧ୍ୟେ
ବାରବେଳା – ଦିବା ଘ୦୧/୨୬ ଗତେ ଘ୦୩/୦୬ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୩/୦୬ଗତେ ଘ୦୪/୪୩ ମଧ୍ୟେ ଓ ରାତ୍ରି ଘ୦୭/୧୧ ଗତେ ଘ୦୮/୦୧ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୯/୧୧ ଗତେ ଘ୧୧/୩୫ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଲାଉ ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
: ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
ବୃଷ:
ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*
✧═════•❁❀❁•═════✧
ମିଥୁନ:
ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════✧
କର୍କଟ:
ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।*
✧═════•❁❀❁•═════✧
ସି˚ହ:
ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।*
✧═════•❁❀❁•═════✧
କନ୍ୟା:
ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।*
✧═════•❁❀❁•═════✧
ତୁଳା:
ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════✧
ବିଛା:
କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।*
✧═════•❁❀❁•═════✧
ଧନୁ:
ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।*
✧═════•❁❀❁•═════✧
ମକର:👉 ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
କୁମ୍ଭ:
ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।*
✧═════•❁❀❁•═════✧
ମୀନ:
ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking