30.1 C
Bhubaneswar
Saturday, September 28, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଉପଦେଶ ଦେବା ମହତ କରମ
ସଭିଙ୍କୁ ଅଟଇ ଜ୍ଞାତ,
ସେହି ଉପଦେଶ ନିଜେ ନ ମାନିଲେ
ହେବ ସିନା ଅପଦସ୍ତ ।

* ଧର୍ମ ଏକା ସିନା ମହତ ପଣିଆ*
ଆଉ ସବୁ କଥା ଅଢେଇ ଦିନିଆ
ଆଜିର ଅର୍ଥ ସର୍ବସ୍ବ ଦୁନିଆଁରେ ସମସ୍ତେ ଅର୍ଥ ପଛରେ ଧାଇଁ ଧାଇଁ ବାସ୍ତବ ସତ୍ୟକୁ ଭୁଲି ଗଲେଣି କିନ୍ତୁ ମନେରଖ,,,,,
ମୃତ୍ୟୁ ପରେ କେହି ବି ଟଙ୍କାରେ ପୋଡ଼ା ହେବେ ନାହିଁ ।

ସମ୍ମାନ ଦେଇ ଶିଖନ୍ତୁ ସମ୍ମାନ ପାଇବେ ,ଦାନ କରି ଦେଖନ୍ତୁ ଧର୍ମ ଅର୍ଜନ କରିବେ,ରାଗ,ହିଂସା ଭୁଲନ୍ତୁ ଆଦର ପାଇବେ, ମୃତ୍ୟୁକୁ ମନେରଖନ୍ତୁ ଲୋଭରୁ ମୁକ୍ତି ପାଇବେ ।*

ବେଳେ ବେଳେ ଜୀବନରେ Jocker ଭଳି ବଞ୍ଚିବାକୁ ପଡ଼େ ।ମନ ଭିତରଟା
ଯନ୍ତ୍ରଣାରେ ଜଳୁଥିଲେ ବି ଉପରେ ହସିବାକୁ ପଡ଼ିଥାଏ ।
ଖରାପ ଅଭ୍ଯାସ ଯେତେ ମଧୁର ହେଉନା କାହିଁକି, ଦିନେ ରୋଗ ସ୍ରୁଷ୍ଟି କରିବ….

ଭଲ ଅଭ୍ଯାସ ଯେତେ କଷ୍ଟ ହେଉନା କାହିଁକି ଦିନେ ଏହା ଏକ ଔଷଧରେ ପରିଣତ ହୋଇଯିବ….

ଅଦ୍ୟ ଜୁନ୍ ମାସ ୧୯ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଜ୍ୟେଷ୍ଠ ମାସ- ଶୁକ୍ଳପକ୍ଷ
ତିଥି- ଦ୍ଵାଦଶୀ ପ୍ରାତଃ ଘ ୦୭/୨୫ ଗତେ ତ୍ରୟୋଦଶୀ
ନକ୍ଷତ୍ର- ବିଶାଖା ସନ୍ଧ୍ୟା ଘ ୦୫/୫୮ ଗତେ ଅନୁରାଧା
ଚନ୍ଦ୍ର-ତୁଳା ଦିବା ଘ ୧୧/୪୧ ଗତେ ବିଛା
ଯୋଗ- ସିଦ୍ଧି
କରଣ – ବାଳବ
ସୌରମାସ- ମିଥୁନ ୦୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୩୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୦୯
*✧═════•❁❀
ଯୋଗିନୀ ନୈରୁତେ ପ୍ରାତଃ ଘ ୦୭/୨୫ ଗତେ ଦକ୍ଷିଣେ
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କର୍କଟ ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ ୦୮/୩୦ ଗତେ ଘ୧୦/୧୦ ମଧ୍ୟେ
ବାରବେଳା – ଦିବା ଘ୧୨/୪୭ ଗତେ ଘ୦୧/୨୮ ମଧ୍ୟେ
ଅଦ୍ୟ ମୃତେ ଦ୍ଵିପାଦପାଦ ଦୋଷ ପ୍ରାତଃ ଘ ୦୭/୨୭ ଗତେ ସନ୍ଧ୍ୟା ଘ ୦୫/୨୮ ମଧ୍ୟେ ଏକପାଦ ପୁଷ୍କରଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୩୬ ଗତେ ଘ୦୮/୨୯ ମଧ୍ୟେ ଓ ଘ୦୧/୩୦ ଗତେ ଘ୦୪/୨୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ:
ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*
✧═════•❁❀❁•═════✧
*ବୃଷ:
ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
✧═════•❁❀❁•═════✧
*ମିଥୁନ:
ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।*
✧═════•❁❀❁•═════✧
କର୍କଟ:
ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।*
✧═════•❁❀❁•═════✧
*ସି˚ହ:
ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*
✧═════•❁❀❁•═════✧
*କନ୍ୟା:
ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।*
✧═════•❁❀❁•═════✧
*ତୁଳା:
ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।*
✧═════•❁❀❁•═════✧
*ବିଛା:
ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।*
✧═════•❁❀❁•═════✧
*ଧନୁ:
ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*
✧═════•❁❀❁•═════✧
*ମକର:
ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ* ।
✧═════•❁❀❁•═════✧
*କୁମ୍ଭ:
ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।*
✧═════•❁❀❁•═════✧
*ମୀନ:
ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking