32.1 C
Bhubaneswar
Saturday, September 28, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଜୀବନରେ କେବେବି ନିଜର ଦକ୍ଷତା ବା କଳାକୁ ନେଇ ଅହଙ୍କାର କରନ୍ତୁ ନାହିଁ ,

କାରଣ ପଥର ଯେତେବେଳେ ପାଣିରେ ପଡେ ତା ଓଜନ ପାଇଁ ବୁଡେ ।
ସର୍ବଦା ମନୁଷ୍ୟ ପ୍ରକୃତ୍ତିର କ୍ରୀୟାଗୁଣଦ୍ୱାରା ସକଳ କର୍ମ ସମ୍ପାଦିତ କରିଥାଏ । ମାତ୍ର ଅହଂକାରରେ ମୋହିତ ମୂଢ ମନୁଷ୍ୟ ସବୁବେଳେ ନିଜକୁ ‘ମୁଁ କର୍ତ୍ତା ‘ ବୋଲି ମନେକରେ ।

ପଡ଼ିବା ଜାରି ରଖ, ବୁଲିବା ଜାରି ରଖ, ଶିଖିବା ଜାରି ରଖ କିନ୍ତୁ କେବେ ହାର ମାନ ନାହିଁ ।

ଏକ ନୂଆ ସକାଳ ସବୁବେଳେ ନୂଆ ଭାବନା ଏବଂ ଉତ୍ସାହ ସହିତ ଆସିଥାଏ, ତାକୁ ସ୍ବାଗତ କରି ନୂତନତା ର ସହିତ କାମ କରିବା ଉଚିତ ।

ଘର ତିଆରି ପାଇଁ Time ଲାଗେ କିନ୍ତୁ ଭାଙ୍ଗିବାକୁ Time ଲାଗେ ନାହିଁ,
ବନ୍ଧୁ ବହୁ କଷ୍ଟରେ ମିଳେ କିନ୍ତୁ ଶତୃ ହେବାପାଇଁ Time ଲାଗେ ନାହିଁ
ସମ୍ପର୍କ ଗଢିବା ପାଇଁ ଜୀବନ ବିତିଯାଏ କିନ୍ତୁ ବିଗାଡିବା ପାଇଁ Time ଲାଗେ ନାହିଁ
ମଣିଷକୁ ଛୋଟରୁ ବଡ ହେବା ପାଇଁ Time ଲାଗେ କିନ୍ତୁ ମରିବାକୁ Time ଲାଗେ ନାହିଁ
ସବୁ ପ୍ରକାର Time ମଣିଷ ଜୀବନରେ ଆସିଥାଏ କିନ୍ତୁ Time ବିତିବାକୁ Time ଲାଗେ ନାହିଁ ।

ଖରାପ ଅଭ୍ଯାସ ଯେତେ ମଧୁର ହେଉନା କାହିଁକି, ଦିନେ ରୋଗ ସ୍ରୁଷ୍ଟି କରିବ….

ଭଲ ଅଭ୍ଯାସ ଯେତେ କଷ୍ଟ ହେଉନା କାହିଁକି ଦିନେ ଏହା ଏକ ଔଷଧରେ ପରିଣତ ହୋଇଯିବ….

ଅଦ୍ୟ ଜୁନ୍ ମାସ ୨୦ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଜ୍ୟେଷ୍ଠ ମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ପ୍ରାତଃ ଘ ୦୭/୪୭ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ଅନୁରାଧା ସନ୍ଧ୍ୟା ଘ ୦୬/୪୪ ଗତେ ଜ୍ୟେଷ୍ଠା
ଚନ୍ଦ୍ର-ବିଛା
ଯୋଗ- ସାଧ୍ୟ
କରଣ – ତୈତିଳ
ସୌରମାସ- ମିଥୁନ ୦୬ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୦୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୨୯
*✧═════•❁❀
ଯୋଗିନୀ ଦକ୍ଷିଣେ ପ୍ରାତଃ ଘ ୦୭/୪୭ ଗତେ ବାୟବ୍ୟେ
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ତୁଳା ଓ କୁମ୍ଭ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୩/୦୬ ଗତେ ଘ୦୬/୨୪ ମଧ୍ୟେ
ଅଦ୍ୟ ମୃତେ ପୁଷ୍କରଦୋଷ ନାସ୍ତି
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଡିବା ଘ୦୨/୪୭ ଗତେ ଘ୦୩/୦୫ ମଧ୍ୟେ ଓ ସନ୍ଧ୍ୟା ଘ୦୭/୧୨ ଗତେ ଘ୦୯/୩୬ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଡିବା ଘ୦୬/୦୦ ମଧ୍ୟେଘ୦୯/୦୨ ଗତେ ଘ୧୦/୪୯ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବିରି ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶି ଫଳ*
✧═════•❁❀❁•═════✧
ମେଷ
: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*
✧═════•❁❀❁•═════✧
ବୃଷ
: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
✧═════•❁❀❁•═════✧
ମିଥୁନ:
ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।*
✧═════•❁❀❁•═════✧
କର୍କଟ
: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।*
✧═════•❁❀❁•═════✧
ସିଂହ
ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।*
✧═════•❁❀❁•═════✧
କନ୍ୟା
: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।*
✧═════•❁❀❁•═════✧
ତୁଳା
କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।*
✧═════•❁❀❁•═════✧
ବିଛା:
ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।*
✧═════•❁❀❁•═════✧
ଧନୁ
କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।*
✧═════•❁❀❁•═════✧
ମକର
: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।*
✧═════•❁❀❁•═════✧
କୁମ୍ଭ
: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।*
✧═════•❁❀❁•═════✧
ମୀନ
: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking