30.1 C
Bhubaneswar
Saturday, October 5, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଯିଏ ଶୀଘ୍ର କ୍ଷମା ମାଗିନିଏ
ସେ ସବୁଠାରୁ ବଡ଼ ସାହସୀ,
ଯିଏ ଶୀଘ୍ର କ୍ଷମା କରିଦିଏ
ସେ ସବୁଠାରୁ ଅଧିକ ବଳବାନ;
ଆଉ ଯିଏ ଶୀଘ୍ର ପଛକଥା ଭୁଲିଯାଏ,
ସେ ହିଁ ସବୁଠାରୁ ବଡ଼ ସୁଖୀ ।
ସମୟ କଥା କହିପାରିନଥାଏ ନାହିଁ ସତ, କିନ୍ତୁ ଠିକ୍ ସମୟରେ କିଏ ପର ଆଉ କିଏ ଆପଣାର କହିଦେଇଥାଏ ।

ବେଶି ଭଲପାଉଥିବା ଲୋକୋଠାରୁ ଟିକେ ଆଘାତ ପାଇଲେ, କେବଳ ଆଖିରୁ ନୁହେଁ ହୃଦୟରୁ ବି ଲୁହ ଝରିପଡ଼େ ।

ସଫଳ ହେବାର ଉପାୟ କଣ ଜଣାନାହିଁ, କିନ୍ତୁ ବ୍ୟର୍ଥ ହେବାର ଚାବିକାଠି ହେଉଛି ସମସ୍ତଙ୍କୁ ଖୁସି ଦେବାକୁ ଚେଷ୍ଟା କରିବା ।

କାଗଜ କାନ୍ଦେ ନାହିଁ ସତ କିନ୍ତୁ କନ୍ଦେଇଁ ଦିଏ ।
ସେ LOVE ଲେଟର ହେଉ ଅବା,
Result ହେଉ ” କିମ୍ବା ”
Medical ରିପୋଟ ।

ବେଳେ ବେଳେ ଜୀବନର କିଛି ପୃଷ୍ଠାକୁ ଓଲଟାଇ ଆମେ ବ୍ୟତିବ୍ୟସ୍ତ ହୋଇପଡୁ,ମୁଁହରୁ ବାହାରେ ଓଃ କେତେ ଖରାପ ସମୟ ଆଉ ଖରାପ ଅନୁଭୂତିର ଅନୁଭବ ପାଇଛି ମୁଁ ଆଉ ମନ ଭାବେ ବାସ୍ ସରିଗଲା ସବୁ କିଛି ଏଇଠି ଜୀବନ କିନ୍ତୁ ଏହା ସତ୍ୟ ନୁହେଁ ଗୋଟିଏ ପୃଷ୍ଠାର ଲେଖା ସମ୍ପୂର୍ଣ୍ଣ ବହି କଥା ବଖାଣି ପାରେନା ତେଣୁ କିଛି ଖରାପ ମୁହୂର୍ତ୍ତକୁ ଅନୁମାନ କରି ଜୀବନକୁ ଖରାପ ଭାବି ବସିବା ଭୁଲ୍
.
ସମୟ ଅନୁସାରେ ଭାଗ୍ୟର ପରିବର୍ତ୍ତନ ହୋଇଥାଏ , କେତେବେଳେ କାହାର ଭାଗ୍ୟ କେଉଁ ମୋଡ଼ ନେବ ତାହା କହିବା ସମ୍ଭବ ନୁହେଁ….

ତେଣୁ

ସମୟକୁ ଅପବ୍ୟବହାର କରନ୍ତୁ ନାହିଁ ଯେଉଁ ସମୟରେ ଯାହା କରିବା ଆବଶ୍ୟକ ତାହା ଅବଶ୍ୟ କରନ୍ତୁ….

ସମୟ, ସାଙ୍ଗ, ସମ୍ପର୍କ ଏଇ ତିନୋଟି ଜିନିଷ ମାଗଣାରେ ମିଳିଯାଏ….

ଏହାର ମୂଲ୍ୟ ସେତେବେଳେ ଜଣାପଡେ… ଯେତେବେଳେ ଏହା ଆମ ପାଖରୁ ଦୂରେଇ ଯାଏ….

ଅଦ୍ୟ ଜୁଲାଇ ମାସ ୦୬ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଆଷାଢ଼ ମାସ- ଶୁକ୍ଳପକ୍ଷ
ତିଥି- ପ୍ରତିପଦ ରାତ୍ରି ଘ ୦୪/୨୨ ଗତେ ଦ୍ଵିତୀୟା
ନକ୍ଷତ୍ର- ପୁନର୍ବସୁ
ଚନ୍ଦ୍ର-ମିଥୁନ ରାତ୍ରି ଘ୧୧/୧୧ ଗତେ କର୍କଟ
ଯୋଗ- ବ୍ୟାଘାତ
କରଣ – କିଂସ୍ତୁଗ୍ନ
ସୌରମାସ- ମିଥୁନ ୨୨ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୭/୧୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୫
*✧═════•❁❀
ଯୋଗିନୀ ପୂର୍ବେ ରାତ୍ରି ଘ ୦୪/୨୧ ଗତେ ଉତ୍ତରେ
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୫/୫୭ ମଧ୍ୟେ ଓ ଘ୦୪/୪୬ ଗତେ ଘ୦୬/୨୫ମଧ୍ୟେ
ବାରବେଳା – ଦିବା ଘ୦୧/୨୮ ଗତେ ଘ୦୩/୦୭ ମଧ୍ୟେ
ଅଦ୍ୟ ମୃତେ ଦ୍ୱୀପାଦ ପୁଷ୍କର ଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୩/୦୮ଗତେ ଘ୦୫/୧୮ମଧ୍ୟେ ଓ ରାତ୍ରି ଘ୦୭/୧୩ ଗତେ ଘ୦୮/୦୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୯/୧୭ ଗତେ ଘ୧୧/୪୨ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ

ଆଜିର ରାଶିଫଳ
✧═════•❁❀❁•═════✧
ମେଷ
ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |*
✧═════•❁❀❁•═════✧
ବୃଷ
ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।*
✧═════•❁❀❁•═════✧
ମିଥୁନ
ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।*
✧═════•❁❀❁•═════✧
କର୍କଟ
ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |*
✧═════•❁❀❁•═════✧
ସିଂହ
ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |*
✧═════•❁❀❁•═════✧
କନ୍ୟା
ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।*
✧═════•❁❀❁•═════✧
ତୁଳା
ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।*
✧═════•❁❀❁•═════✧
ବିଛା
ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।*
✧═════•❁❀❁•═════✧
ଧନୁ
ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।*
✧═════•❁❀❁•═════✧
ମକର
ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |*

✧═════•❁❀❁•═════✧
କୁମ୍ଭ
ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |*
✧═════•❁❀❁•═════✧
ମୀନ
– ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking