28.1 C
Bhubaneswar
Sunday, September 8, 2024
Homeଓଡିଶାଆଜିର ସୁବିଚାର.

ଆଜିର ସୁବିଚାର.

ପ୍ରତ୍ୟେକ ମନୁଷ୍ୟ ନିଜ ଖୁସିରେ ଅନ୍ୟମାନଙ୍କୁ ମଧ୍ୟ ସାମିଲ କରିବା ଉଚିତ୍,ପରନ୍ତୁ ଏଥି ପ୍ରତି ମଧ୍ୟ ନିଶ୍ଚୟ ଧ୍ୟାନ ଦିଅନ୍ତୁ ଯେ ନିଜ ଖୁସି ପାଇଁ କେବେହେଲେ ଅନ୍ୟ କାହାରିକୁ ଯେମିତି କଷ୍ଟ ନ ଲାଗୁ ।

ଜୀବନରେ ଗୋଟିଏ ନିୟମ ରଖ – ସିଧା କଥା କୁହ , ସତ୍ୟ କୁହ , ମୁହଁ ଉପରେ କୁହ। ଯିଏ ନିଜର ହୋଇଥିବ ସେ ଭଲ ସେ ବୁଝିଯିବ। ଆଉ ଯିଏ ନାମକୁ ମାତ୍ର ଥିବ ସେ ଦୁରେଇ ଯିବ ।*

ଏକ ନୂଆ ସକାଳ ସବୁବେଳେ ନୂଆ ଭାବନା ଏବଂ ଉତ୍ସାହ ସହିତ ଆସିଥାଏ। ଗତକାଲିର ଦୁଃଖକଷ୍ଟ ଭୁଲିଯାଇ ଆଜିର ସକାଳକୁ ସ୍ଵାଗତ କରି ନୂତନ ଉତ୍ସାହର ସହ କାମ କରିବା ଉଚିତ।*

ତୁମେ ନିଜ ଭବିଷ୍ୟତ ବଦଳାଇବାରେ ସକ୍ଷମ ନୁହଁ କାରଣ ଏହା ପ୍ରାରବ୍ଧ ର ଅଧିନ। କିନ୍ତୁ ତୁମେ ନିଜର ସ୍ବଭାବ ବଦଳାଇବାକୁ ସକ୍ଷମ ।ସ୍ବଭାବ ବ୍ଯକ୍ତିର ଭବିଷ୍ୟତ ବଦଳାଇବାରେ ସହାୟକ ହୋଇଥାଏ। .
ପରିସ୍ଥିତିରେ ଆସି କିମ୍ବା ସ୍ନେହ ବଶତଃ କାହାକୁ କିଛି ଆଶା ଦେଲେ ତାହାକୁ ସାମର୍ଥ୍ୟ ଅନୁସାରେ ଯେତେ କଷ୍ଟ ହେଲେ ବି ପାଳନ କରନ୍ତୁ…
. ଆତ୍ମବତ ସର୍ବଭୂତେଷୁ ଏବଂ ବସୁଧୈବ କୁଟୁମ୍ବକମ
ଏହି ଦୁଇଟି
ଯଦି ସମସ୍ତେ ସ୍ୱୀକାର କରିବେ ତେବେ ସମସ୍ତ ସମସ୍ୟାର ସମାଧାନ ହେଇଯିବ l

ଅଦ୍ୟ ଜୁଲାଇ ମାସ ୨୦ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଆଷାଢ଼ ମାସ- ଶୁକ୍ଳପକ୍ଷ
ତିଥି- ଚତୁର୍ଦ୍ଦଶୀ ସନ୍ଧ୍ୟା ଘ ୦୬/୧୨ ଗତେ ପୂର୍ଣ୍ଣିମା
ନକ୍ଷତ୍ର- ପୂର୍ବାଷାଢ଼ା ରାତ୍ରି ଘ୦୨/୩୮ ଗତେ ଉତ୍ତରାଷାଢ଼ା
ଚନ୍ଦ୍ର- ଧନୁ
ଯୋଗ- ବୈଧୃତି
କରଣ – ଗର
ସୌରମାସ- କର୍କଟ ୦୫ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୩୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୩୪
*✧═════•❁❀
ଯୋଗିନୀ ପଶ୍ଚିମେ ସନ୍ଧ୍ୟା ଘ ୦୬/୧୨ ଗତେ ଐଶାନ୍ୟେ
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ତୁଳା ଓ କୁମ୍ଭ ରାଶି ର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୧୦ ଗତେ ଘ୦୮/୪୦ ମଧ୍ୟେ ଓ ଘ୦୦୪/୪୪ ଗତେ ଘ୦୭/୨୩ ମଧ୍ୟେ
ବାରବେଳା – ଦିବା ଘ୦୧/୨୮ ଗତେ ଘ୦୩/୦୭ ମଧ୍ୟେ
ମୃତେ ଏକ ପାଦଦୋଷ ଓ ରାତ୍ରି ଘ ୦୨/୩୮ ଗତେ ଦ୍ଵି ପାଦପୁଷ୍କର ଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୨୩ ଗତେ ଘ୧୨/୩୫ମଧ୍ୟେ ଓ ରାତ୍ରି ଘ ୦୮/୪୬ଗତେ ଘ୧୧/୧୧ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
*ଅଦ୍ୟ ବିରି ସାନ୍ଧ୍ୟ ଘ୦୬/୧୨ ଗତେ ଆମିଷ ଭକ୍ଷଣ ନିଶେଦ

✧═════•❁❀❁•═════✧
ମେଷ
ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
✧═════•❁❀❁•═════✧
ବୃଷ
ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।*
✧═════•❁❀❁•═════✧
ମିଥୁନ
କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।*
✧═════•❁❀❁•═════✧
କର୍କଟ
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।*
✧═════•❁❀❁•═════✧
ସିଂହ ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════✧
କନ୍ୟା
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।*
✧═════•❁❀❁•═════✧
ତୁଳା
କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।**✧═════•❁❀❁•═════

ବିଛା
ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════✧
ଧନୁ
ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ

। ମହିଳାମାନେ ଉଦର ଯନ୍ତ୍ରଣା ପାଇବେ
✧═════•❁❀❁•═════✧
ମକର
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।*
✧═════•❁❀❁•═════✧ କୁମ୍ଭ
ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।*
✧═════•❁❀❁•═════✧
ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking