27.1 C
Bhubaneswar
Sunday, September 8, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ମନ ପୋଡ଼ିଗଲେ କେହିନ ଜାଣନ୍ତି
ବନ ପୋଡ଼ି ଦେଖାଯାଏ,
ଅନ୍ୟର ଗୁଣକୁ ପ୍ରଶଂସା ନକରି
ନିନ୍ଦୁକଯେ ନିନ୍ଦା କରେ ।

ଦୁନିଆକୁ ଖୁସି କରିବାରେ ନୁହେଁ ବରଂ ତାକୁ ଖୁସି କରିବାରେ ସମୟ ଦେବା ଦରକାର ଯାହାକୁ ଆମେ ପ୍ରତିଦିନ ଦର୍ପଣରେ ଦେଖୁଛୁ ।

ଯଦି ଆପଣ କିଛି ଅଲଗା କରିବାକୁ ଚାହୁଁଛନ୍ତି ତେବେ ଭିଡରୁ ଦୂରେଇ ଯାଆନ୍ତୁ କାହିଁକି ନା ଭିଡ଼ ସାହସ ଦେଇଥାଏ ସତ କିନ୍ତୁ ପରିଚୟ ଛଡ଼ାଇ ନେଇଥାଏ ।

ବିନା ଉଦ୍ଦେଶ୍ଯର ଜୀବନ ଏକ Address ବିହୀନ Postal Envelope ପରି, ଯଦି ଲକ୍ଷ ରଖି ତାକୁ ହାସଲ ପାଇଁ କାର୍ଯ୍ଯ ନ କରାଯାଏ ତାହା ସେହି Envelope ପରି ଯାହାକୁ Postal Box ରେ ପକାଯାଏ ନାହିଁ ।
.
ସତ୍ୟର ଭୋକ ସମସ୍ତଙ୍କୁ ହୋଇଥାଏ….

ମାତ୍ର

ଯେତେ ବେଳେ ସତ୍ୟ ପରସା ଯାଇଥାଏ ତ ବହୂତ କମ୍ ଲୋକଙ୍କୁ ହିଁ ଏହାର ସ୍ବାଦ ଭଲ ଲାଗିଥାଏ….

ଅଦ୍ୟ ଜୁଲାଇ ମାସ ୨୭ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଶ୍ରାବଣମାସ- କୃଷ୍ଣପକ୍ଷ
ତିଥି- ସପ୍ତମୀ ରାତ୍ରି ଘ ୦୯/୩୪ ଗତେ ଅଷ୍ଟମୀ
ନକ୍ଷତ୍ର- ରେବତୀ ଦିବା ଘ୦୧/୫୧ ଗତେ ଅଶ୍ଵିନୀ
ଚନ୍ଦ୍ର- ମୀନ*ଦିବା ଘ୦୧/୫୧ ଗତେ ମେଷ
ଯୋଗ- ଧୃତି
କରଣ – ବିଷ୍ଟି
ସୌରମାସ- କର୍କଟ ୧୨ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୦୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୧୪
*✧═════•❁❀
ଯୋଗିନୀ ବାୟବ୍ୟେ ରାତ୍ରି ଘ ୦୯/୩୪ ଗତେ ଐଶାନ୍ୟେ
ସପ୍ତମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶି ର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୦୨ ମଧ୍ୟେ ଓ ଦିବା ଘ୦୪/୪୩ ଗତେ ଘ୦୬/୨୦ ମଧ୍ୟେ
ବାରବେଳା – ଦିବା ଘ୦୧/୨୮ ଗତେ ଘ୦୩/୦୫ ମଧ୍ୟେ
ମୃତେ ଦ୍ଵୀପାଦପୁଷ୍କର ଦୋଷ ରାତ୍ରି ଘ୦୯/୩୪ ଗତେ ଏକପାଦପୁଷ୍କର ଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା୦୯/୨୫ ଗତେ ଘ୧୨/୩୭ ମଧ୍ୟେ ଓ ରାତ୍ରି ଘ୦୮/୪୫ଗତେ ଘ୧୧/୦୯ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ତାଳ ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।*
✧═════•❁❀❁•═════✧
ବୃଷ
-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।*
✧═════•❁❀❁•═════✧

ମିଥୁନ
-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।*
✧═════•❁❀❁•═════✧

କର୍କଟ
-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।*
✧═════•❁❀❁•═════✧

ସିଂହ
ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।*
✧═════•❁❀❁•═════✧
କନ୍ୟା
-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।*

✧═════•❁❀❁•═════✧
ତୁଳା
-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।*
✧═════•❁❀❁•═════✧

ବିଛା
-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।*

✧═════•❁❀❁•═════✧
ଧନୁ
ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।*
✧═════•❁❀❁•═════✧

ମକର
-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।*
✧═════•❁❀❁•═════✧

କୁମ୍ଭ
-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।*

✧═════•❁❀❁•═════✧
ମୀନ
ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking