29.1 C
Bhubaneswar
Thursday, May 2, 2024
Homeଓଡିଶାଆଜିର ଅନୁଚିନ୍ତା _

ଆଜିର ଅନୁଚିନ୍ତା _

ଧୋର୍ଯ୍ଯ
ମଣିଷକୁ ଉନ୍ନତି କରେ
ମିଛ
ମଣିଷକୁ ବିନାଶ କରେ ।
ଜୀବନ ଏକ ନଉକାପରି କେବେ ଏ ପାରି କେବେ ସେ ପାରି ସୁଖଦୁଃଖର ଦୁଇଟି କୂଳ ହସଲୁହତ ଭାଗ୍ଯରଖେଳ ।

ଜୀବନରେ ଯେତେବି ଉଚ୍ଚ ସ୍ଥାନକୁ ଯାଅ ନା କାହିଁକି କିନ୍ତୁ ସବୁବେଳେ ନିଜର ସାଳିନତା ସବୁ ସ୍ଥାନରେ ବଜାୟ ରଖିବାକୁ ଚେଷ୍ଟା କରିବା ।

କଷ୍ଟ ଏବଂ ବିପଦ ମଣିଷକୁ ଶିକ୍ଷା ଦେବାରେ ସର୍ବ ଶ୍ରେଷ୍ଠ ଗୁଣ ଅଟେ l ଯିଏ ଏହି ସମୟକୁ ସାହସର ସହିତ ସାମ୍ନା କରେ ସେ ହିଁ କଷ୍ଟ ଓ ବିପଦକୁ ବିଜୟ କରେ !!

Time ମାଗଣାରେ ମିଳିଥାଏ କିନ୍ତୁ ଏହା ଅମୂଲ୍ୟ, Time କୁ କେହି ଅଟକାଇ ରଖିପାରିବା ନାହିଁ କିନ୍ତୁ ଖର୍ଚ୍ଚ କରିପାରିବା, ହେଲେ ଥରେ ଯଦି ଏହି Time କୁ ହାତଛଡା କରି ଦେଲେ ତ ଆଉ ମିଳିବ ନାହିଁ ।

ଅଦ୍ୟ ଅପ୍ରେଲ ମାସ ୦୮ ତାରିଖ ୨୦୨୪ ମସିହା(ସୋମବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଚୈତ୍ରମାସ- କୃଷ୍ଣପକ୍ଷ
ତିଥି- ଅମାବାସ୍ୟା ରାତ୍ରି ଘ ୧୧/୫୫ ଗତେ ପ୍ରତିପଦ
ନକ୍ଷତ୍ର- ଉତ୍ତରଭାଦ୍ର ଦିବା ଘ୧୦/୫୨ ଗତେ ରେବତୀ
ଚନ୍ଦ୍ର- ମୀନ
ଯୋଗ- ଇନ୍ଦ୍ର
କରଣ – ଚତୁଷ୍ପଦ
ସୌରମାସ- ମୀନ ୨୬ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୯/୧୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୩୫
*✧═════•❁❀
ଯୋଗିନୀ ଐଶାନ୍ୟେ ରାତ୍ରି ଘ୧୧/୫୫ ଗତେ ପୁର୍ବେ
ଅମାବାସ୍ୟାର ସମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧୀରେ ହେବ
ଧନୁ ରାଶି ର ଘାତଚନ୍ଦ୍ର
ମିଥୁନ ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୦୯ ଗତେ ଘ୦୮/୪୩ମଧ୍ୟେ
ବାରବେଳା – ଦିବା ଘ୦୨/୫୫ ଗତେ ଘ୦୪/୦୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୦୮ ମଧ୍ୟେ ଓ ଘ୦୮/୪୪ଗତେ ଘ୧୦/୪୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୦୩ଗତେ ଘ୦୪/୪୯ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଆମିଷ ଭକ୍ଷଣ ନିଷେଧ

✧═════•❁❀❁•═════✧
* ଆଜିର ରାଶିଫଳ
✧═════•❁❀❁•═════✧
ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |
✧═════•❁❀❁•═════✧
ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
✧═════•❁❀❁•═════✧
ମିଥୁନ – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।
✧═════•❁❀❁•═════✧
କର୍କଟ – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |
✧═════•❁❀❁•═════✧
ସିଂହ – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |
✧═════•❁❀❁•═════✧
କନ୍ୟା – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
✧═════•❁❀❁•═════✧
ତୁଳା – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
✧═════•❁❀❁•═════✧
ବିଛା – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
✧═════•❁❀❁•═════✧
ଧନୁ – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
✧═════•❁❀❁•═════✧
ମକର – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |
✧═════•❁❀❁•═════✧
କୁମ୍ଭ – ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |

✧═════•❁❀❁•═════✧
ମୀନ
– ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking