34.1 C
Bhubaneswar
Friday, May 22, 2026
Homeଓଡିଶାକଟକ ଜିଲାରେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ ଜିଲାରେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ: ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି ସାମ୍ପ୍ରତିକ ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ୱରୂପ କଟକ ଜିଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ଆଗାମୀ ଦୁଇ ଦିନ (ଶୁକ୍ରବାର ଓ ଶନିବାର) ପାଇଁ ବନ୍ଦ ରଖିବାକୁ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି।ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପରବର୍ତ୍ତୀ ସମୟରେ ପାଣିପାଗର ସ୍ଥିତିକୁ ସମୀକ୍ଷା କରାଯିବା ପରେ କେନ୍ଦ୍ରଗୁଡ଼ିକ ଖୋଲିବା ଏବଂ ସମୟ ନିର୍ଦ୍ଧାରଣ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।ତେବେ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ଥିବା ସମୟରେ ଯେପରି ହିତାଧିକାରୀମାନେ ସେବା ପାଇବାରୁ ବଞ୍ଚିତ ନହେବେ, ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।]

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking