ଭୁବନେଶ୍ୱର: କ୍ଷୁଦ୍ର ଚିଟ୍ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଯେ ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁଛନ୍ତି ସରକାର । ଲକ୍ଷାଧିକ ଚିଟ୍ଫଣ୍ଡ ଜମାକାରୀ ଟଙ୍କା ପାଇ ସାରିଲେଣି । ଏବେ ସରକାର ଆଉ ୫ ଲକ୍ଷ ଜମାକାରୀଙ୍କୁ ଚିହ୍ନଟ କରିଛନ୍ତି । ପର୍ଯ୍ୟାୟକ୍ରମେ ଅନ୍ୟ ଜମାକାରୀଙ୍କୁ ମଧ୍ୟ ଟଙ୍କା ଫେରାଯିବ । ବଡ ଜମାକାରୀ ମଧ୍ୟ ଟଙ୍କା ଫେରିପାଇବେ । ଅର୍ଥ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ସୁଯୋଗ ନେବାକୁ ସମସ୍ତ ଆବେଦନକାରୀଙ୍କୁ ଅନୁରୋଧ କରାଯାଇଛି । ୨୦୨୬ ଜାନୁଆରୀ ୩୧ ଯାଏଁ ଚାଲିବ ଟଙ୍କା ଫେରସ୍ତ ପ୍ରକ୍ରିୟା ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଜମାକାରୀ ଟଙ୍କା ଫେରିପାଇବେ । ଆବଶ୍ୟକୀୟ କାଗଜପତ୍ର ସହ ଆରଆଇ ଅଫିସରେ ଆବେଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବେଦନର ୧୫ ଦିନ ମଧ୍ୟରେ କ୍ଷୂଦ୍ର ଚିଟ୍ଫଣ୍ଡ ଜମାକାରୀ ଟଙ୍କା ଫେରିପାଇବେ । ଅଧିକ ଜାଣିବା ପାଇଁ ୦୬୭୪-୨୩୯୫୧୫୩ରେ ଯୋଗାଯୋଗ କରିପାରିବେ ।










