34.1 C
Bhubaneswar
Friday, March 29, 2024
HomeUncategorizedଓଡିଶାର ସମସ୍ତ ଯୋଗ୍ୟଚାଷୀଙ୍କୁ ମିଳିବ ପିଏମ୍ କିଷାନ ସହାୟତା ଟଙ୍କା - ଧର୍ମେନ୍ଦ୍ର ପ୍ରଧାନ

ଓଡିଶାର ସମସ୍ତ ଯୋଗ୍ୟଚାଷୀଙ୍କୁ ମିଳିବ ପିଏମ୍ କିଷାନ ସହାୟତା ଟଙ୍କା – ଧର୍ମେନ୍ଦ୍ର ପ୍ରଧାନ

ଜଗତସିଂହପୁର, ଡ଼ିସେମ୍ବର ୨୫ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ସମେତ ଭାରତବର୍ଷର ୯ ଲକ୍ଷ ଚାଷୀଙ୍କ ବ୍ୟାଙ୍କ୍ ଖାତାକୁ ୧୮ ହଜାର କୋଟି ଟଙ୍କା ପଠାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଭଳି ସୁଶାସନର ପରିଚୟ ଦେଇଛନ୍ତି । ଓଡ଼ିଶା ସରକାର ପଠାଉଥିବା ସମସ୍ତ ଯୋଗ୍ୟଚାଷୀଙ୍କୁ ପ୍ରଧାନମନ୍ତ୍ରୀ କିଷାନ ସନ୍ତାନ ନିଧି ଯୋଜନାରେ ବାର୍ଷିକ ୬ ହଜାର ଲେଖାଏଁ ସହାୟତା ଟଙ୍କା ମିଳିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶୁକ୍ରବାର ସୁଶାସନ ଦିବସ ଅବସରରେ ଆୟୋଜିତ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଓ ଚାଷୀଙ୍କ ଆଲୋଚନାରେ ଜଗତସିଂହପୁର ଏରସମା ଜପାରୁ ସାମିଲ ହେବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ଅଟଳଜୀଙ୍କ ସୁଶାସନ ଏବଂ ଦାୟିତ୍ୱ ଅଟଳଜୀଙ୍କ ପ୍ରତିଟି ଶବ୍ଦ ୨୦୧୪ ମସିହାରୁ ମୋଦି ସରକାରଙ୍କ ମାର୍ଗଦର୍ଶକ । ଅଟଳଜୀଙ୍କୁ ପାଥେୟ କରି ଆଜି ପ୍ରଧାନମନ୍ତ୍ରୀ ଭାରତବର୍ଷର ୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ୧୮ହଜାର କୋଟି ଟଙ୍କା ପଠାଇ ସୁଶାସନର ପରିଚୟ ଦେଇଛନ୍ତି । ଓଡ଼ିଶା ସରକାର ଯେତେ ମଧ୍ୟ ଯୋଗ୍ୟ ଚାଷୀଙ୍କ ତାଲିକା
ପଠାଇବେ, ସେମାନଙ୍କୁ ପ୍ରଧାନମନ୍ତ୍ରୀ କିଷାନ ସନ୍ତାନ ନିଧିରେ ବାର୍ଷିକ ୬ ହଜାର ଲେଖାଏଁ ଟଙ୍କା ବ୍ୟାଙ୍କ୍ ଖାତାକୁ ପଠାଯିବ ବୋଲି ମୋଦି ସରକାର ସ୍ପଷ୍ଟ କରିଛନ୍ତି । ଆଧୁନିକ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସୁଶାସନର ପରିଚୟ ଦେଇ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧା ସଳଖ ଟଙ୍କା
ପଠାଇବାର ବ୍ୟବସ୍ଥା କରିଥିବା ବେଳେ ଓଡ଼ିଶାରେ ରାଜ୍ୟ ସରକାର ଯୋଗ୍ୟ ଚାଷୀ ମାନଙ୍କର ତାଲିକା ପଠାଇନପାରିବା ଦୁର୍ଭାଗ୍ୟଜନକ । ରାଜ୍ୟ ସରକାର କାଳିଆ ଯୋଜନାରେ ଚାଷୀଙ୍କୁ ଟଙ୍କା ପଠାଇବା ପାଇଁ କହିଥିବା ବେଳେ କାଳିଆ ଟଙ୍କା କୁଆଡେ ଗଲା ବୋଲି ଶ୍ରୀ ପ୍ରଧାନ ପ୍ରଶ୍ନ କରିଛନ୍ତି ।
ମୋଦି ସରକାରରେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନାରେ ଜରିଆରେ ମୋଟ ୬୦ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି । ନୂଆ କୃଷି ଆଇନରେ ଆମ ଚାଷୀମାନଙ୍କ ପାଇଁ ଚାଷର ସମ୍ଭାବ୍ୟ ବ୍ୟବହାରକୁ ବଢ଼ାଇବା ସହ ସେମାନଙ୍କୁ ଆତ୍ମ ନିର୍ଭର କରିବା ପାଇଁ ପଦକ୍ଷେପ ନିଆଯାଇଛି । ମାତ୍ର ଦେଶ ଏବଂ ରାଜ୍ୟରେ ଲମ୍ବା ସମୟ ଧରି ଶାସନରେ ଥିବା ସତ୍ୱେ ଚାଷୀଙ୍କ ପ୍ରତି ଅବହେଳା କରିଥିବା ଏବଂ ପ୍ରଜାତବରେ ପରାସ୍ତ ହୋଇ ବାହାରେ ଥିବା ବ୍ୟକ୍ତିମାନେ ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୁଦ୍ଧରେ
ଷଡ଼ଯବ କରୁଛନ୍ତି । ଓଡ଼ିଶାକୁ ମୋଦି ସରକାର ବିପୁଳ ଅର୍ଥ ଦେଉଥିବା ବେଳେ ଏହାର ବାଟମାରଣା ହେଉଛି । ଏହାର ସବୁ ଜବାବ ଦେବା ଦରକାର ବୋଲି କେନ୍ଦ୍ରମବୀ ଶ୍ରୀ ପ୍ରଧାନ କହିଛନ୍ତି । ପ୍ରଧାନମବୀ ନରେନ୍ଦ୍ର ମୋଦି ୨୦୦୧ ମସିହାରେ ଗୁଜୁରାଟର ମୁଖ୍ୟମବୀ ଭାବରେ ଦାୟିତ୍ୱ ନେଇ ପ୍ରାକୃତିକ
ବିପର୍ଯ୍ୟୟରେ ପ୍ରଭାବିତ କଚ୍ଛକୁ ଭାରତବର୍ଷର ୧୦ଟି ଅଗ୍ରଣୀ ଜିଲ୍ଲା ଭାବେ ସ୍ଥାପିତ କରିଛନ୍ତି । ଏହା ହିଁ ସୁଶାସନର ପରିଚୟ । ମାତ୍ର ମାତ୍ର ଏଠାରେ ଗୋଟିଏ ଦଳ ଦୀର୍ଘ ଦିନ ଶାସନ କ୍ଷମତା ରହିବା ପରେ ମଧ୍ୟ ଯୁବକ ବାହାରକୁ ଦାଦନ ଖଟିବାକୁ ଯାଉଛି । ଏହା କଣ ସୁଶାସନର ପରିଚୟ ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀ ପ୍ରଧାନ । ଉଲ୍ଲେଖନୀୟ ଯେ, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ କିଷାନ ନିଧି ଯୋଜନାର କିସ୍ତି ଚାଷୀଙ୍କୁ ପ୍ରଦାନ କରିବା ଅବସରରେ ଦେଶର ବିଭିନ୍ନ ରାଜ୍ୟର ଚାଷୀଙ୍କ ସହ କଥା ହୋଇଥିଲେ । ଏହି ଅବସରରେ ଶ୍ରୀ ପ୍ରଧାନ ଜଗତସିଂହପୁର ଏରସମା ବ୍ଲକ ଜପାରେ ଓ ସ୍ଥାନୀୟ ଜନସାଧାରଣ ଓ ଦଳର କାର୍ଯ୍ୟକର୍ତାଙ୍କ ସହ ଭିଡିଓ କନଫରେନ୍ସିଂରେ ସାମିଲ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking