30.1 C
Bhubaneswar
Monday, May 18, 2026
Homeଓଡିଶାଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଆୟୋଜିତ ହେଉଥିବା ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଛି। ଆଜି ପ୍ରତିଯୋଗିତାର ଉଦ୍‌ଯାପନୀ ସମାରୋହରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ର ସଭାପତି ଶ୍ରୀ ରାଜେଶ ପାଟିଲ ପ୍ରମୁଖ ଉପସ୍ଥିତ ରହି କ୍ରୀଡ଼ାବିତମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଏଥିସହ ବିଜେତା କ୍ରୀଡ଼ାବିତ୍‌ମାନଙ୍କୁ ପୁରସ୍କାର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ପ୍ରକାଶଯୋଗ୍ୟ ଯେ, ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟରେ ସିଙ୍ଗଲ୍ସ, ଡ଼ବଲ୍ସ, ମିକ୍ସଡ଼ ଡ଼ବଲ୍ସ ଆଦି କ୍ୟାଟାଗୋରୀରେ ପ୍ରାୟ ୧୫୦୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତା ଜୁଲାଇ ୮ ତାରିଖ ଠାରୁ ଆରମ୍ଭ ହୋଇ ଜୁଲାଇ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking