24.1 C
Bhubaneswar
Monday, March 23, 2026
Homeଓଡିଶାମୌସୁମୀ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ

ମୌସୁମୀ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ  ପୂର୍ବରୁ ଆଜି ସର୍ବଦଳୀୟ ବୈଠକ । ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୁରମା ପାଢୀ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭା କକ୍ଷରେ ବସିବ ଏହି ବୈଠକ  । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ବୈଠକରେ ଉପସ୍ଥିତ ରହିବେ । ସେହିପରି ସରକାରୀ ଦଳ ମୁଖ୍ୟ ସଚେତକ ଓ ବିରୋଧୀ ଦଳ ମୁଖ୍ୟ ସଚେତକଙ୍କ ସମେତ କଂଗ୍ରେସ ବିଧାୟକ ଦଳ ନେତା ମଧ୍ୟ ବୈଠକରେ ସାମିଲ ହେବେ । ଆସନ୍ତା ୧୮ରୁ ୨୫   ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ।  ଏଥର ବିଧାନସଭା ମୌସୁମୀ ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି ।  ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ ରହିଛି । ତେବେ ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ କଡା ଜବାବ ରଖିବାକୁ ପ୍ରସ୍ତୁତ ହେଉଛି ଶାସକ ଦଳ  । ଆସନ୍ତା କାଲି ବିଜେଡି  ଓ କଂଗ୍ରେସ ବିଧାୟକ ଦଳର  ବୈଠକ ବସିବ । ୧୭ରେ ବିଜେପି ବିଧାୟକମାନଙ୍କ ବୈଠକ ବସିବା ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଉପସ୍ଥିତ ରହିବେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking