14.1 C
Bhubaneswar
Thursday, January 15, 2026
Homeଓଡିଶାଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍‌

ଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍‌

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ସନ୍ଧ୍ୟା ୬ ଯାଏଁ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଆସୋସିଏସନ ନୀତିଗତ ଭାବରେ ନିଷ୍ପତ୍ତି ନେଇଛି। ବ୍ୟବସାୟରେ ୧୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କା କ୍ଷତି ହେବ। ୩ଟି ଡିପୋ ସହ ରାଜ୍ୟରେ ଥିବା ୩ ହଜାରରୁ ଉର୍ଦ୍ଧ୍ବ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ଆସୋସିଏସନର ରାଜ୍ୟ ସଭାପତି ଶଶାଙ୍କ ଶେଖର ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking