18.1 C
Bhubaneswar
Wednesday, February 4, 2026
Homeଓଡିଶାକେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରରେ ଆସନ୍ତାକାଲି ସମସ୍ତ ସ୍କୁଲ୍‌, କଲେଜ୍ ବନ୍ଦ

କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରରେ ଆସନ୍ତାକାଲି ସମସ୍ତ ସ୍କୁଲ୍‌, କଲେଜ୍ ବନ୍ଦ

ଭୁବନେଶ୍ୱର : କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରରେ ଆସନ୍ତାକାଲି ସମସ୍ତ ସ୍କୁଲ୍ କଲେଜ୍ ବନ୍ଦ। ବାତ୍ୟା ଆଶ୍ରୟସ୍ଥଳୀ ହୋଇଥିବାରୁ ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର।

ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟଧିକ ଅତି ପ୍ରବଳ ବର୍ଷା ଅର୍ଥାତ୍ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବାତ୍ୟାରୁ ଏହା ଗଭୀର ଅବପାତରେ ପରିଣତ ହୋଇଥିବାରୁ ଲଗାଣ ବର୍ଷା ଜାରି ରହିବ। ସମ୍ଭାବ୍ୟ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking