ନବରଙ୍ଗପୁର: ଆଜି ନବରଙ୍ଗପୁର ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ଘୋଷଣା କରାଯାଇଛି । ଆଜି ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ତେଣୁ ସତର୍କତା ମୂଳକ ପଦକ୍ଷେପ ଭାବେ ଜିଲ୍ଲାର ସମସ୍ତ ଅଙ୍ଗନବାଡି, ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି । ତେବେ ଅଙ୍ଗନୱାଡ଼ି କେନ୍ଦ୍ରରେ ଅଙ୍ଗନୱାଡ଼ି କର୍ମୀ ଓ ସ୍କୁଲରେ ଶିକ୍ଷକ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଆଜି ଭଦ୍ରକ ଜିଲ୍ଲାର ମଧ୍ୟ ୩ଟି ବ୍ଲକର ୮୯ଟି ସ୍କୁଲ ବନ୍ଦ ରହିବ । ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ବନ୍ୟା ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଆଖିରେ ରଖି ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ଭଦ୍ରକ ଜିଲ୍ଲାର ଭଦ୍ରକ, ତିହିଡ଼ି ଓ ଚାନ୍ଦବାଲି ବ୍ଲକର ୮୯ଟି ସ୍କୁଲ ବନ୍ଦ ଘୋଷଣା କରାଯାଇଛି ।










