27.1 C
Bhubaneswar
Saturday, July 27, 2024
Homeଓଡିଶାବିଜେଡି ଛାଡିଲେ ସବୁ ସିନେ ଷ୍ଟାର

ବିଜେଡି ଛାଡିଲେ ସବୁ ସିନେ ଷ୍ଟାର

ଭୁବନେଶ୍ୱର : ନିର୍ବାଚନୀ ମାହୋଲ ଭିତରେ ଏବେ ବିଭିନ୍ନ ରାଜନେତା ମୂଳ ଦଳ ଛାଡ଼ୁଥିବା ଦେଖିବାକୁ ମିଳୁଛି । ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେଡିକୁ ମିଳୁଛି ଗୋଟିଏ ପରେ ଗୋଟିଏ ଶକ୍ତ ଧକ୍କା। ଦଳ ଛାଡୁଛନ୍ତି  ବିଜେଡିର ବରିଷ୍ଠ ନେତା, ପୂର୍ବତନ ବିଧାୟକ ଓ ସାଂସଦ। ଏହି କ୍ରମରେ ଜଣେ ପରେ ଜଣେ ନେତା ବିଜେଡି ଛାଡ଼ୁଛନ୍ତି । ତେବେ ବିଜେଡିକୁ ଏକାଦିନେ ଅଲ୍‌ବିଦା କଲେ ଦୁଇ ସିନେ ଷ୍ଟାର । ସିନେ ଷ୍ଟାର ତଥା ସାଂସଦ ଅନୁଭବ ମହାନ୍ତି ଇସ୍ତଫା ଦେଲେ । ଚକୋଲେଟ ହିରୋ ତଥା ପୂର୍ବତନ ବିଧାୟକ ଆକାଶ ବି ଛାଡିଲେ ବିଜେଡି । ତେବେ ୨ଦିନ ତଳେ ସିନେ ଷ୍ଟାର ତଥା ପୂର୍ବତନ ବିଜେଡି ସାଂସଦ ସିଦ୍ଧାନ୍ତ ମହାପାତ୍ର ବିଜେଡି ଛାଡି ପଦ୍ମ ଧରିଥିଲେ । ଦିଲ୍ଲୀ ସ୍ଥିତ ବିଜେପିର ମୁଖ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଶ୍ରୀ ମହାପାତ୍ର ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଓଡ଼ିଶା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ । ସିଦ୍ଧାନ୍ତ ମହାପାତ୍ର ଦୁଇ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଦଳ ଆଉ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ଚନ୍ଦ୍ରଶେଖର ସାହୁଙ୍କୁ ଦଳ ଟିକେଟ ଦେଇଥିଲା। ସେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ୨୦୦୪ରେ କଂଗ୍ରେସ ଟିକେଟ୍‌ରେ ସେ ବ୍ରହ୍ମପୁର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ ଓ ୨୦୧୪ରେ ସିଦ୍ଧାନ୍ତ ମହାପାତ୍ରଙ୍କଠାରୁ ପରାସ୍ତ ହୋଇଥିଲେ ଚନ୍ଦ୍ରଶେଖର ସାହୁ। ସେହିପରି ମାର୍ଚ୍ଚ ୧୫ରେ ବିଜେଡି ଛାଡି ବିଜେପିରେ ଯୋଗଦେଇ ଥିଲେ ଅଭିନେତା ଅରିନ୍ଦମ ରାୟ । ଭୁବନେଶ୍ୱର ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ସେ ପଦ୍ମ ଧରିଥିଲେ । ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହୋଇଥିଲେ । ଦଳରେ ଅଣଦେଖା ଅଭିଯୋଗ କରି ବିଜେଡିକୁ ଛାଡିଥିଲେ ଅଭିନେତା ଅରିନ୍ଦମ ରାୟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking