26.1 C
Bhubaneswar
Sunday, September 15, 2024
Homeଓଡିଶାବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ଜାରି

ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ଜାରି

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା । ଆସନ୍ତା ୩୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୩୧ରୁ ୨ ତାରିଖ ଯାଏ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏହାବ୍ୟତୀତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦିଆଯାଇଛି । ଏପରିକି ଏହି ୬ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୩୧ ତାରିଖ ଦିନ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି । ସେସବୁ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଦେବଗଡ଼, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷାର ସମ୍ଭାବନା ରହିଛି । ତେଣୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାପାଇଁ କୁହାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking