28.1 C
Bhubaneswar
Sunday, January 18, 2026
Homeଓଡିଶାଆଜିଠାରୁ ୧୩ ଦିନ ଯାଏଁ ଚାଲିବ ଅଲାରନାଥଙ୍କ ଅଣସର ଦର୍ଶନ

ଆଜିଠାରୁ ୧୩ ଦିନ ଯାଏଁ ଚାଲିବ ଅଲାରନାଥଙ୍କ ଅଣସର ଦର୍ଶନ

ବ୍ରହ୍ମଗିରି : ଶ୍ରୀଜିଉ ଅଣସର ଘରେ ଥିବାରୁ ବ୍ରହ୍ମଗିରିର ଅଲାରନାଥ ପୀଠରେ ଆଜିଠାରୁ ଦେଖିବାକୁ ମିଳିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି ଅଣସର ଦର୍ଶନ । ଏହି ସମୟରେ ଅଲାରନାଥରେ ବିଷ୍ଣୁ ରୂପରେ ଦର୍ଶନ ଦେବେ ମହାପ୍ରଭୁ । ଅଣସର ସମୟରେ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କଲେ ଶ୍ରୀମନ୍ଦିରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର ପୂଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି। ଭୋରରୁ ଅଲାରନାଥ ପୀଠରେ ଦ୍ୱାର ଫିଟା, ମଙ୍ଗଳ ଆଳତି ଓ ତଡ଼ପଲାଗି ନୀତି ପରେ ସକାଳ ୬ଟାରୁ ସାଧାରଣ ଦର୍ଶନ ଆରମ୍ଭ ହୋଇଛି। ସକାଳୁ ସକାଳୁ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିଛି। ବିଶ୍ୱାସ ରହିଛି ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ। ଶ୍ରୀଜଗନ୍ନାଥଙ୍କୁ ଶ୍ରୀମନ୍ଦିରରେ ଦର୍ଶନ କଲେ ଯେଉଁ ଫଳ ପ୍ରାପ୍ତି ହୋଇଥାଏ, ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେହି ଫଳ ପ୍ରାପ୍ତି ହୋଇଥାଏ। ଶ୍ରୀମନ୍ଦିର ଭୋଗନୀତି ପରି ଅଲାରନାଥ ପୀଠରେ ମଧ୍ୟ ଭୋଗ ହୁଏ ।ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଅଲାରନାଥଙ୍କ ପୀଠରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଜଣେ ଏସପି, ୨ ଜଣ ଡିଏସପି ଓ ୪ ଜଣ ଇନସପେକ୍ଟରଙ୍କ ସମେତ ୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking