ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଲଜ୍ଜାଜନକ ଘଟଣା । ପ୍ରୀତ ବିହାରର ଏକ କାଫେରେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାରେ ଦୁଇ ମହିଳାଙ୍କ ସମେତ ୩ ଜଣଙ୍କୁ ପୁଲିସ ଗିରଫ କରିଛି। ଅଭିଯୁକ୍ତମାନେ ପୀଡ଼ିତାଙ୍କ ସହକର୍ମୀ ବୋଲି ଜଣାପଡ଼ିଛି । ସମସ୍ତେ ଗୋଟିଏ କାଫେରେ କାମ କରୁଥିବା ବେଳେ ପାର୍ଟି କରିବାକୁ ଆସିଥିଲେ । ଏହି ସମୟରେ ଯୁବତୀଙ୍କ ସହ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି ।ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଅନ୍ୟ ତିନି ଜଣ ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍ ନିୟୋଜିତ ହୋଇଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି ।










