25.1 C
Bhubaneswar
Tuesday, February 3, 2026
Homeଓଡିଶାପାର୍କରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ପାର୍କରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ଭୁବନେଶ୍ୱର: ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ। ଆଇଜି ପାର୍କରେ ଜଣେ ମହିଳାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଦୁଇ ଜଣଙ୍କୁ ଅଟକ ରଖିଛି ପୋଲିସ। ସୂଚନା ଅନୁଯାୟୀ, ମହିଳା ଜଣକ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ପାର୍କ ବୁଲିବାକୁ ଯାଉଥିବା ସମୟରେ ଦୁର୍ବୃତ୍ତମାନେ ତାଙ୍କ ଉପରେ ଅଶ୍ଳୀଳ ମନ୍ତବ୍ୟ ଦେଇଥିଲେ, ଯାହା ଫଳରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହା ପରେ ତିନି ଜଣରୁ ଅଧିକ ପୁରୁଷ ମହିଳାଙ୍କୁ ଟଣାଓଟରା କରି ଅସଦାଚରଣ କରିଥିଲେ। ଏହି ଘଟଣା ସମ୍ପର୍କରେ କ୍ୟାପିଟାଲ ପୋଲିସ ଷ୍ଟେସନରେ ଏକ ଏଫଆଇଆର ରୁଜୁ କରାଯାଇଛି। ଏଫଆଇଆର ଅନୁଯାୟୀ, ପୋଲିସ ଏହି ମାମଲାରେ ଦୁଇ ଜଣଙ୍କୁ ଅଟକ ରଖିଛି। ଗତ କିଛି ଦିନ ମଧ୍ୟରେ ଭୁବନେଶ୍ୱରରେ ମହିଳାଙ୍କ ଉପରେ ଆକ୍ରମଣର ଘଟଣା ବୃଦ୍ଧି ପାଇଛି, ଯାହା ରାଜଧାନୀବାସୀଙ୍କ ପାଇଁ ଏକ ବଡ଼ ଚିନ୍ତାର ବିଷୟ ପାଲଟିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking