28.1 C
Bhubaneswar
Thursday, September 19, 2024
Homeଓଡିଶାପୁଣି ୨୨ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ପୁଣି ୨୨ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପ୍ରଭାବରେ ଆସନ୍ତା ୨୨ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗରେ ୨୨ରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଫଳରେ ୨୪ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ସତର୍କ କରାଇଛନ୍ତି। ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସକ୍ରିୟ ଥିବା ମୌସୁମୀ ବାୟୁ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ତେବେ ଆସନ୍ତା ୨୨ରେ ପୁଣି ଲଘୁଚାପ ସୃଷ୍ଟି ହେବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗରେ ହେବାକୁ ଥିବା ଏହି ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାରେ ଦୁଇ ଦିନ ଭାରୀ ବର୍ଷା ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking