ଭୁବନେଶ୍ଵର: ମହାଳୟା କୁ ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣାଯାଏ । ଭାରତର ଏହା ଏକ ଧର୍ମଭିତିକ ପର୍ବ । ଏହା ହିନ୍ଦୁମାନଙ୍କ ଦ୍ଵାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ”’ମହାଳୟା ଶ୍ରାଦ୍ଧ”’, ”’ସାମ୍ବତ୍ସରିକ ଶ୍ରାଦ୍ଧ”’ ବା ”’ପାର୍ବଣ ଶ୍ରାଦ୍ଧ”’ ବା ”’ମଉଳା ଶ୍ରାଦ୍ଧ”’ କୁହାଯାଏ । ପ୍ରଥମ ପକ୍ଷ “ପିତୃ ପକ୍ଷ” ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ଯ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ଯ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇପାରେ, ଏଥିପାଇଁ ଏହାକୁ ପିତୃପକ୍ଷ କୁହଯାଏ । ମହାଳୟା ତିଥିରେ ଓଡ଼ିଶାା ର ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଭୁବନ ଠାରେ ଦଶ ହରା ବଳଦ ଯାତ୍ରା ର ଆରମ୍ଭ ହୋଇଥାଏ । ଏହି ଦିନ ସମ୍ବଲପୁରରେ ସମଲେଶ୍ଵରୀଙ୍କ ଧବଳ ମୁଖି ବେଶ ହୋଇଥାଏ ।