15.1 C
Bhubaneswar
Monday, December 8, 2025
Homeଓଡିଶାଢେଙ୍କାନାଳରେ ହେବ ଆଲୁମିନିୟମ ପ୍ଲାଣ୍ଟ: ମନ୍ତ୍ରୀ

ଢେଙ୍କାନାଳରେ ହେବ ଆଲୁମିନିୟମ ପ୍ଲାଣ୍ଟ: ମନ୍ତ୍ରୀ

ଭୁବନେଶ୍ୱର: ଶିଳ୍ପ କ୍ଷେତ୍ରରେ ଓଡ଼ିଶାର ସଫଳତା। ସିଏମଆଇଇ ରିପୋର୍ଟ ଅନୁସାରେ ଏପ୍ରିଲରୁ ଜୁନ ମଧ୍ୟରେ ୧ଲକ୍ଷ ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରିଛି ଓଡ଼ିଶା । ଏନେଇ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ କହିଛନ୍ତି ଯେ ଏହି ସମୟରେ ଅନ୍ୟ ସମସ୍ତ ରାଜ୍ୟରେ ୨ ଲକ୍ଷ ୧୦ ହଜାର କୋଟି ଟଙ୍କାର ନିବେଶ ହୋଇଥିବାବେଳେ ଓଡ଼ିଶାରେ ୧ ଲକ୍ଷ ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି। କେମିକାଲ , ପେଟ୍ରୋ କେମିକାଲ, ଟେକ୍ସଟାଇଲ, ଗ୍ରୀନ ଏନର୍ଜି ଭଳି କ୍ଷେତ୍ରରେ ପୁଞ୍ଜି ନିବେଶ ଆସିଛି । ଶିଳ୍ପ ମନ୍ତ୍ରୀ କହିଛନ୍ତି ସରକାରଙ୍କ ପ୍ରତି ନିବେଶକଙ୍କ ଭରସା ବଢ଼ିଛି। ବର୍ଷକ ମଧ୍ୟରେ ୧ ଲକ୍ଷ ୭୮ ହଜାର କୋଟି ନିବେଶ ହୋଇଥିବାବେଳେ ତିନି ମାସରେ ୧ଲକ୍ଷ ୪୦ ହଜାର କୋଟି ଟଙ୍କାର ନିବେଶ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking