32.1 C
Bhubaneswar
Saturday, February 14, 2026
Homeଓଡିଶାମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧନ

ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଗତକାଲି ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୭ଟି ବିଭାଗ ‘ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ ଓ ପାନୀୟଜଳ, ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ’ର ୧୦ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ଏନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିନ ହୋଇଛି। କ୍ୟାବିନେଟ ଐତିହାସିକ ନିଷ୍ପତ୍ତି ନେଇଛନ୍ତି ଯେ, ଓଡ଼ିଶା ବେସାମରିକ ସେବା (ଥଇଥାନ ସହାୟତା) ନିୟମ, ୨୦୨୦ ଆରମ୍ଭ ହେବା ତାରିଖ ପୂର୍ବରୁ, ଥଇଥାନ ସହାୟତା ସମ୍ବନ୍ଧିତ ସମସ୍ତ ବିଚାରାଧୀନ ଆବେଦନ ୧୯୯୦ରେ ପ୍ରଚଳିତ ନିୟମ ଅନୁଯାୟୀ ବିଚାର କରାଯିବ । ଏହା ଦ୍ୱାରା ୨୦୨୦ ମସିହାର ନିୟମ ଲାଗୁହେବା ପୂର୍ବରୁ ଯେଉଁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି, ସେମାନଙ୍କ ପରିବାର ପାଇଁ ୧୯୯୦ ନିୟମ ଲାଗୁହେବ ଏବଂ ଥଇଥାନ ସହାୟତା ଯୋଜନାରେ ୧୯୯୦ ନିୟମ ଅନୁଯାୟୀ ନିଯୁକ୍ତି ପ୍ରଦାନ କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking